ପ୍ରଧାନମନ୍ତ୍ରୀ ଓ କେନ୍ଦ୍ରମନ୍ତ୍ରୀଙ୍କ କୁଶପୁତ୍ତଳିକା ଦାହ
ଜୟପୁର, ୨୬ ଫେବୃଆରୀ (ହି.ସ.)- କୋରାପୁଟ ଜିଲ୍ଲା ଜୟପୁର ସ୍ଥିତ ଜିଲା କଂଗ୍ରେସ ଭବନ ସମ୍ମୁଖରେ ଆଜି ପ୍ରଧାନମନ୍ତ୍ରୀ ଓ କେନ୍ଦ୍ରମନ୍ତ୍ରୀଙ୍କ କୁଶପୁତ୍ତଳିକା ଦାହ କରାଯାଇଛି । ପ୍ରଧାମନ୍ତ୍ରୀ ନରେନ୍ଦ୍ର ମୋଦି ଓ କେନ୍ଦ୍ର ମନ୍ତ୍ରୀ ହରଦିପ ସିଂ ପୁରୀଙ୍କ କୁଶ ପୁତ୍ତଳିକା ଦାହ କରାଯାଇଛି । ଏପଷ୍
ପ୍ରଧାନମନ୍ତ୍ରୀ ଓ କେନ୍ଦ୍ରମନ୍ତ୍ରୀ ଙ୍କ କୁଶପୁତ୍ତଳିକା ଦାହ


ଜୟପୁର, ୨୬ ଫେବୃଆରୀ (ହି.ସ.)- କୋରାପୁଟ ଜିଲ୍ଲା ଜୟପୁର ସ୍ଥିତ ଜିଲା କଂଗ୍ରେସ ଭବନ ସମ୍ମୁଖରେ ଆଜି ପ୍ରଧାନମନ୍ତ୍ରୀ ଓ କେନ୍ଦ୍ରମନ୍ତ୍ରୀଙ୍କ କୁଶପୁତ୍ତଳିକା ଦାହ କରାଯାଇଛି । ପ୍ରଧାମନ୍ତ୍ରୀ ନରେନ୍ଦ୍ର ମୋଦି ଓ କେନ୍ଦ୍ର ମନ୍ତ୍ରୀ ହରଦିପ ସିଂ ପୁରୀଙ୍କ କୁଶ ପୁତ୍ତଳିକା ଦାହ କରାଯାଇଛି । ଏପଷ୍ଟିନ୍ ମାମଲାରେ ସଂପୃକ୍ତ ପ୍ରଧାନମନ୍ତ୍ରୀ ଏବଂ କେନ୍ଦ୍ର ମନ୍ତ୍ରୀ ହରଦୀପ ସିଂ ପୁରୀଙ୍କ ଇସ୍ତାଫା ଦାବି କରି ମହିଳା କଂଗ୍ରେସ ବିକ୍ଷୋଭ କରିଛି । ରାଜ୍ୟ ମହିଳା କଂଗ୍ରେସ ସଭାନେତ୍ରୀ ମିନାକ୍ଷୀ ବାହିନିପତିଙ୍କ ନେତ୍ୃତ୍ୱରେ ବିକ୍ଷୋଭ ପ୍ରଦର୍ଶନ କରି କୁଶପୁତ୍ତଳିକା ଦାହ କରାଯାଇଥିଲା । ଏଠାରେ କୋରାପୁଟ ଜିଲା କଂଗ୍ରେସ ସଭାପତି ରୁପକ ତୁରୁକ, ଜିଲା ମହିଳା କଂଗ୍ରେସ ସଭାନେତ୍ରୀ ନଳିନି ରଥ, ଜୟପୁର ପୌର ଅଧ୍ୟକ୍ଷ ନରେନ୍ଦ୍ର କୁମାର ମହାନ୍ତି, କାଉନସିଲର ପ୍ରଣବ କିଶୋର ନାୟକ, ବ୍ଲକ କଂଗ୍ରେସ ସଭାପତି ବସନ୍ତ ନାୟକ, ଗଙ୍ଗା ସାହୁ ସହ ସତାଧିକ କଂଗ୍ରେସ କର୍ମି ଓ ନେତା ଉପସ୍ଥିତ ଥିଲେ ।

ହିନ୍ଦୁସ୍ଥାନ ସମାଚାର / ପିକେପି


 rajesh pande