ଘୋଡ଼ାନାଚ କଳାକାର ଉତ୍ସବ ଚରଣ ଦାସଙ୍କ ପରଲୋକରେ ମୁଖ୍ୟମନ୍ତ୍ରୀଙ୍କ ଶୋକ ପ୍ରକାଶ
ଭୁବନେଶ୍ୱର, 26 ଫେବ୍ରୁଆରି (ହି.ସ.)- ଘୋଡ଼ାନାଚ କଳାକାର ଉତ୍ସବ ଚରଣ ଦାସଙ୍କ ପରଲୋକ ହୋଇଛି । ତାଙ୍କ ବିୟୋଗରେ ଶୋକ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଏନେଇ ସୋସିଆଲ ମିଡିଆ ଏକ୍ସରେ ଏକ ଶୋକ ବାର୍ତ୍ତାରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ପଦ୍ମଶ୍ରୀ ପୁର
ଉତ୍ସବ


ଭୁବନେଶ୍ୱର, 26 ଫେବ୍ରୁଆରି (ହି.ସ.)- ଘୋଡ଼ାନାଚ କଳାକାର ଉତ୍ସବ ଚରଣ ଦାସଙ୍କ ପରଲୋକ ହୋଇଛି । ତାଙ୍କ ବିୟୋଗରେ

ଶୋକ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଏନେଇ ସୋସିଆଲ ମିଡିଆ ଏକ୍ସରେ ଏକ

ଶୋକ ବାର୍ତ୍ତାରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ପଦ୍ମଶ୍ରୀ ପୁରସ୍କାର ପ୍ରାପ୍ତ ବିଶିଷ୍ଟ

ଘୋଡ଼ାନାଚ କଳାକାର ଉତ୍ସବ ଚରଣ ଦାସଙ୍କ ପରଲୋକ ଖବର ଶୁଣି ମୁଁ ଅତ୍ୟନ୍ତ ଦୁଃଖିତ। ଓଡ଼ିଶାର

ପାରମ୍ପରିକ ଲୋକକଳାକୁ ସମୃଦ୍ଧ କରିବାରେ ତାଙ୍କର ଅବଦାନ ସର୍ବଦା ସ୍ମରଣୀୟ ରହିବ।

ମୁଖ୍ୟମନ୍ତ୍ରୀ ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ଗଭୀର ସମବେଦନା ଜଣାଇବା ସହ ଅମର ଆତ୍ମାର

ସଦଗତି ପାଇଁ ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ନିକଟରେ ପ୍ରାର୍ଥନା କରିଛନ୍ତି ।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande