ପଦ୍ମଶ୍ରୀ ଗୁରୁ ଉଚ୍ଛବ ଚରଣ ଦାସଙ୍କ ବିୟୋଗରେ ବିରୋଧୀ ଦଳ ନେତାଙ୍କ ଶୋକ ପ୍ରକାଶ
ଭୁବନେଶ୍ୱର, 26 ଫେବ୍ରୁଆରି (ହି.ସ.)- ପଦ୍ମଶ୍ରୀ ଗୁରୁ ଉଚ୍ଛବ ଚରଣ ଦାସଙ୍କ ବିୟୋଗରେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ଶୋକ ପ୍ରକାଶ କରିଛନ୍ତି । ଏନେଇ ସୋସିଆଲ ମିଡିଆ ଏକ୍ସରେ ନବୀନ କହିଛନ୍ତି ଯେ, ବିଶିଷ୍ଟ ଲୋକ ନୃତ୍ୟଶିଳ୍ପୀ ତଥା ପଦ୍ମଶ୍ରୀ ସମ୍ମାନରେ ସମ୍ମାନିତ ଗୁରୁ
ପଦ୍ମଶ୍ରୀ ଗୁରୁ ଉଚ୍ଛବ ଚରଣ ଦାସଙ୍କ ବିୟୋଗରେ ବିରୋଧୀ ଦଳ ନେତାଙ୍କ ଶୋକ ପ୍ରକାଶ


ଭୁବନେଶ୍ୱର, 26 ଫେବ୍ରୁଆରି (ହି.ସ.)- ପଦ୍ମଶ୍ରୀ ଗୁରୁ ଉଚ୍ଛବ ଚରଣ ଦାସଙ୍କ ବିୟୋଗରେ ବିରୋଧୀ ଦଳ ନେତା ନବୀନ

ପଟ୍ଟନାୟକ ଶୋକ ପ୍ରକାଶ କରିଛନ୍ତି । ଏନେଇ ସୋସିଆଲ ମିଡିଆ ଏକ୍ସରେ ନବୀନ କହିଛନ୍ତି ଯେ, ବିଶିଷ୍ଟ

ଲୋକ ନୃତ୍ୟଶିଳ୍ପୀ ତଥା ପଦ୍ମଶ୍ରୀ ସମ୍ମାନରେ ସମ୍ମାନିତ ଗୁରୁ ଉଚ୍ଛବ ଚରଣ ଦାସଙ୍କ ଦେହାନ୍ତ

ବିଷୟରେ ଜାଣି ମୁଁ ଦୁଃଖିତ। ଓଡ଼ିଶାର ଲୋକନୃତ୍ୟ 'ଘୋଡ଼ା ନାଚ'କୁ ସମୃଦ୍ଧ କରିବା ସହ

ଏହାର ପ୍ରସାରରେ ତାଙ୍କର ସମର୍ପିତ ଜୀବନ ସମସ୍ତଙ୍କ ପାଇଁ ପ୍ରେରଣାର ଉତ୍ସ ହୋଇ ରହିବ। ତାଙ୍କର

ଅମର ଆତ୍ମାର ସଦଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାରବର୍ଗଙ୍କ ପ୍ରତି ମୋର ସମବେଦନା

ଜଣାଉଛି।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande