
ଭୁବନେଶ୍ଵର, ୨୭ ଫେବୃଆରୀ (ହି.ସ.)- ଶୁକ୍ରବାର ସକାଳେ ରାଜ୍ୟର ଗୋଟିଏ ସ୍ଥାନରେ ଘନ କୁହୁଡ଼ି ଏବଂ ଗୋଟିଏ ସ୍ଥାନରେ ମଧ୍ୟମ ଧରଣର କୁହୁଡ଼ି ଦେଖିବାକୁ ମିଳିଛି ।ଆଜି ସକାଳେ ଭୁବନେଶ୍ୱରରେ ଘନ କୁହୁଡ଼ି ଦେଖିବାକୁ ମିଳିଛି । ଯାହାର ଦୃଶ୍ୟମାନ ଦୂରତା ୫୦ ମିଟରରୁ ୨୦୦ ମିଟର ମଧ୍ୟରେ ରହିଛି । ସେହିପରି ପାରାଦୀପରେ ମଧ୍ୟମ ଧରଣର କୁହୁଡ଼ି ଦେଖିବାକୁ ମିଳିଛି । ଯାହାର ଦୃଶ୍ୟମାନ ଦୂରତା ୨୦୦ ମିଟରରୁ ୫୦୦ ମିଟର ମଧ୍ୟରେ ରହିଛି । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।
ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ