
ସମ୍ବଲପୁର/ଭୁବନେଶ୍ୱର, ୨୭ ଫେବୃୟାରୀ (ହି.ସ)- ପୂର୍ବତନ ସମ୍ବଲପୁର ବିଧାୟିକା ଡାକ୍ତର ରାସେଶ୍ୱରୀ ପାଣିଗ୍ରାହୀଙ୍କ 'ଦ୍ୱାଦଶାହ କାର୍ଯ୍ୟ'ରେ ଯୋଗଦେଇ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ।
ଏନେଇ ଏକ୍ସରେ ପୋଷ୍ଟ କରି ଶ୍ରୀ ପ୍ରଧାନ ଲେଖିଛନ୍ତି ସମ୍ବଲପୁରର ପୂର୍ବତନ ବିଧାୟିକା, ସମାଜସେବୀ ତଥା ବରିଷ୍ଠ ଚିକିତ୍ସକ ଡାକ୍ତର ରାସେଶ୍ୱରୀ ପାଣିଗ୍ରାହୀଙ୍କ 'ଦ୍ୱାଦଶାହ କାର୍ଯ୍ୟ'ରେ ଯୋଗଦେଇ ଶ୍ରଦ୍ଧାଞ୍ଜଳି ଅର୍ପଣ କଲି । ଡାକ୍ତର ପାଣିଗ୍ରାହୀ ଜଣେ ସେବାଭିମୁଖୀ ବ୍ୟକ୍ତିତ୍ୱ ଭାବେ ସମ୍ବଲପୁରର ଘରେ ଘରେ ସୁପରିଚିତ ଥିଲେ । ଜଣେ ଦକ୍ଷ ଡାକ୍ତର ଭାବେ ଦୀର୍ଘ ବର୍ଷ ଧରି ସାଧାରଣ ଲୋକଙ୍କ ସେବା କରି ଆସିଥିଲେ । ଶିକ୍ଷା, ସ୍ୱାସ୍ଥ୍ୟ, ସମାଜସେବା ତଥା ନାରୀ ସଶକ୍ତିକରଣ କ୍ଷେତ୍ରରେ ତାଙ୍କର କାର୍ଯ୍ୟ ଚିର ସ୍ମରଣୀୟ ହୋଇ ରହିବ । ଅମର ଆତ୍ମାର ସଦଗତି କାମନା କରୁଛି । ଓଁ ଶାନ୍ତି
---------------
ହିନ୍ଦୁସ୍ଥାନ ସମାଚାର / ବନ୍ଦନା