ନିଳାଗୁଡା ଜଙ୍ଗଲରେ ଅବକାରି ଚଢଉ
ଜୟପୁର, ୨୭ ଫେବୃଆରୀ (ହି.ସ.)- ଜୟପୁର ସଦର ଥାନା ଅନ୍ତର୍ଗତ ନିଳାଗୁଡା ଜଙ୍ଗଲରେ ଆଜି ଅବକାରି ଚଢଉ ହୋଇଛି । ଦେଶି ମଦ ପ୍ରସ୍ତୁତ ସହ ଲୁଚାଇ ରଖିଥିବା ସୂଚନା ପାଇ ଜୟପୁର ଅବକାରି ଥାନା ଚଢଉ କରିଛି । ଚଢଉ ସୂଚନା ପାଇ ମଦ ମାଫିଆ ମାନେ ଚମ୍ପଟ ମାରିଥିବା ବେଳେ ଅବକାରି ବିଭାଗ ବହୁ ମଦ ଭାଟି ଭାଙ୍ଗିବା
ନିଳାଗୁଡା ଜଙ୍ଗଲରେ  ଅବକାରି ଚଢାଉ


ଜୟପୁର, ୨୭ ଫେବୃଆରୀ (ହି.ସ.)- ଜୟପୁର ସଦର ଥାନା ଅନ୍ତର୍ଗତ ନିଳାଗୁଡା ଜଙ୍ଗଲରେ ଆଜି ଅବକାରି ଚଢଉ ହୋଇଛି । ଦେଶି ମଦ ପ୍ରସ୍ତୁତ ସହ ଲୁଚାଇ ରଖିଥିବା ସୂଚନା ପାଇ ଜୟପୁର ଅବକାରି ଥାନା ଚଢଉ କରିଛି । ଚଢଉ ସୂଚନା ପାଇ ମଦ ମାଫିଆ ମାନେ ଚମ୍ପଟ ମାରିଥିବା ବେଳେ ଅବକାରି ବିଭାଗ ବହୁ ମଦ ଭାଟି ଭାଙ୍ଗିବା ସହ ୨୫ ଶହ ଲିଟର ପୋଚ ଓ ୨୭୦ ଲିଟର ଦେଶି ମଦ ଜବତ କରି ନଷ୍ଟ କରିଛି । ମଦ ରନ୍ଧା ସରଞ୍ଜାମ ଡ୍ରମ ଆଦିକୁ ଜବତ କରିଥିବା ବିଷୟ ଜୟପୁର ଅବକାରି ଥାନା ଓଆଇସି ସୁବ୍ରତ କେଶୋରି ହିରନ ସୂଚନା ଦେଇଛନ୍ତି ।

ହିନ୍ଦୁସ୍ଥାନ ସମାଚାର / ପିକେପି


 rajesh pande