
ଭୁବନେଶ୍ୱର, ୨୭ ଫେବୃଆରୀ (ହି.ସ.)- ଆଗାମୀ ୨୪ ଘଂଟା ଅର୍ଥାତ୍ ୨୮ ତାରିଖ ସକାଳ ସୁଦ୍ଧା ଭୋର୍ କିମ୍ବା ସକାଳ ସମୟରେ ୨ ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର କୁହୁଡ଼ି ଦେଖାଦେବାର ସମ୍ଭାବନା ରହିଛି । ସେହି ଦୁଇ ଜିଲ୍ଲା ହେଲା ଜଗତସିଂହପୁର, କେନ୍ଦ୍ରାପଡ଼ା । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଶୁକ୍ରବାର ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।
ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ