ଜଣେ ପ୍ରତିଭା ସମ୍ପନ୍ନ ବ୍ୟକ୍ତିଙ୍କୁ ପ୍ରାର୍ଥୀ କରିବ କଂଗ୍ରେସ - ଭକ୍ତ ଦାସ
ଭୁବନେଶ୍ୱର, ୨୭ ଫେବୃୟାରୀ (ହି.ସ)- ରାଜ୍ୟସଭା ନିର୍ବାଚନ ନେଇ ଦିଲ୍ଲୀ ଯାଇଛନ୍ତି ପିସିସି ସଭାପତି ଭକ୍ତ ଦାସ। ଦିଲ୍ଲୀ ଯିବା ପୂର୍ବରୁ ଭକ୍ତ ଦାସ ଗଣମାଧ୍ୟମକୁ ପ୍ରତିକ୍ରିୟା ଦେଇ କହିଛନ୍ତି ଯେ ୫ଟି ନାଁକୁ ନେଇ ଆଲୋଚନା ଚାଲିଛି। କଂଗ୍ରେସ ରାଜ୍ୟର ଜଣେ ପ୍ରତିଭା ସମ୍ପନ୍ନ ବ୍ୟକ୍ତିଙ୍କୁ ପ୍ରାର୍ଥୀ କର
Bhakta Charan Das (File Photo)


ଭୁବନେଶ୍ୱର, ୨୭ ଫେବୃୟାରୀ (ହି.ସ)- ରାଜ୍ୟସଭା ନିର୍ବାଚନ ନେଇ ଦିଲ୍ଲୀ ଯାଇଛନ୍ତି ପିସିସି ସଭାପତି ଭକ୍ତ ଦାସ। ଦିଲ୍ଲୀ ଯିବା ପୂର୍ବରୁ ଭକ୍ତ ଦାସ ଗଣମାଧ୍ୟମକୁ ପ୍ରତିକ୍ରିୟା ଦେଇ କହିଛନ୍ତି ଯେ ୫ଟି ନାଁକୁ ନେଇ ଆଲୋଚନା ଚାଲିଛି। କଂଗ୍ରେସ ରାଜ୍ୟର ଜଣେ ପ୍ରତିଭା ସମ୍ପନ୍ନ ବ୍ୟକ୍ତିଙ୍କୁ ପ୍ରାର୍ଥୀ କରିବ । ସ୍ୱାଧୀନ ଭାବେ ବିଜେଡି-କଂଗ୍ରେସ ସମର୍ଥନ କଲେ ଓଡ଼ିଶାର ସ୍ୱାର୍ଥ ରହିବ। ହାଇକମାଣ୍ଡଙ୍କ ସହ କଥା ହେବାକୁ ଦିଲ୍ଲୀ ଯାଉଛି, ପ୍ରାର୍ଥୀ ଫାଇନାଲ୍ ହେବ। ତାଲିକାରେ ପ୍ରଫେସର ପ୍ରଭାସ ପଟ୍ଟନାୟକ, ଆଇନଜୀବୀ ପିକେ ରାଏ , ଲଳିତ ମାନସିଂହ, ଡାକ୍ତର ସୁବ୍ରତ ଆଚାର୍ଯ୍ୟ ଓ ଦତେଶ୍ୱର ହୋତାଙ୍କ ନାଁ ରହିଛି। ଆମେ ରାଜନୀତିରେ ଘୋଡ଼ା ବେପାର ବନ୍ଦ କରିବାକୁ ଚାହୁଁଛୁ ବୋଲି କହିଛନ୍ତି ଭକ୍ତ ଦାସ ।

---------------

ହିନ୍ଦୁସ୍ଥାନ ସମାଚାର / ବନ୍ଦନା


 rajesh pande