
ଭୁବନେଶ୍ୱର, 27 ଫେବ୍ରୁଆରି (ହି.ସ.)- ସହିଦ ଚନ୍ଦ୍ର
ଶେଖର ଆଜାଦଙ୍କୁ ଶ୍ରଦ୍ଧାଂଜଳି ଜ୍ଞାପନ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଏନେଇ
ସୋସିଆଲ ମିଡିଆ ଏକ୍ସରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ବିଶିଷ୍ଟ ସ୍ୱାଧୀନତା ସଂଗ୍ରାମୀ ତଥା
ମହାନ କ୍ରାନ୍ତିକାରୀ ସହିଦ ଚନ୍ଦ୍ର ଶେଖର ଆଜାଦଙ୍କ ବଳିଦାନ ଦିବସରେ ବିନମ୍ର ଶ୍ରଦ୍ଧାଞ୍ଜଳି ।
ମାତୃଭୂମିର ସୁରକ୍ଷା ପାଇଁ ତାଙ୍କର ଅଦମ୍ୟ ସାହସ ଓ ବଳିଦାନ ଆମ ସମସ୍ତଙ୍କ ପାଇଁ ପ୍ରେରଣାର
ଉତ୍ସ ହୋଇ ରହିବ ।
---------------
ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା