
ବଲାଙ୍ଗିର, ୨୮ ଫେବୃଆରୀ (ହି.ସ.)- ଆଜି ବଲାଙ୍ଗୀର ଜିଲ୍ଲା ଭାରତୀୟ ଜନତା ପାର୍ଟି ତରଫରୁ ପଣ୍ଡିତ ଦିନଦୟାଲ ଉପାଧ୍ୟାୟ ପ୍ରଶିକ୍ଷଣ ମହା ଅଭିଯାନ (ଜିଲ୍ଲା ଯୋଜନା ବୈଠକ ) କାର୍ଯ୍ୟକ୍ରମ ଜିଲ୍ଲା ବିଜେପି କାର୍ଯ୍ୟଳୟ ପଥରଚେପା ଠାରେ ଅନୁଷ୍ଠିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ରାଜ୍ୟ ବିଜେପି ସାଧାରଣ ସମ୍ପାଦକ ସିମାଞ୍ଚଳ ଖଟେଇ, ଜିଲ୍ଲା ବିଜେପି ସଭାପତି ଶ୍ରୀବତ୍ସ ବେହେରା, ରାଜ୍ୟ ବିଜେପି ଉପସଭାପତି ଶିବାଜୀ ମହାନ୍ତି, ଜିଲ୍ଲା ବିଜେପି ବିଧାନସଭା ପ୍ରାର୍ଥୀ ଗୋପାଳଜୀ ପାଣିଗ୍ରାହୀ ଓ ଦେବଜ୍ୱତୀ ମୁଣ୍ଡ ମଞ୍ଚରେ ଉପସ୍ଥିତ ଥିଲେ। ଜିଲ୍ଲା ବିଜେପିର ସମସ୍ତ ମଣ୍ଡଳ ସଭାପତି ଓ ବରିଷ୍ଟ କାର୍ଯ୍ୟକର୍ତା ମାନେ ଉପସ୍ଥିତ ଥିଲେ। ମହିଳା ମୋର୍ଚ୍ଚା ସଭାପତି ଓ ମହିଳା ମୋର୍ଚ୍ଚାର କାର୍ଯ୍ୟକର୍ତ୍ତା ମାନେ ବିଜେପିର ବରିଷ୍ଠ କାର୍ଯ୍ୟକର୍ତ୍ତା ମାନେ ଉପସ୍ଥିତ ଥିଲେ।
ଏହି କାର୍ଯ୍ୟକ୍ରମର ମୁଖ୍ୟ ଉଦ୍ଦେଶ୍ୟ ହେଲା ଜିଲ୍ଲା ସ୍ତରୀୟ ପ୍ରଶିକ୍ଷଣ ମହାଅଭିଯାନ । ଭାରତୀୟ ଜନତା ପାର୍ଟି ତରଫରୁ ବିଜେପି କାର୍ଯ୍ୟକର୍ତ୍ତା ମାନଙ୍କୁ ସମସ୍ତ ବିଷୟରେ ଯେମିତି ଜିଲ୍ଲାର ସମସ୍ତ ବ୍ଲକ ସ୍ତରୀୟ ଓ ପଞ୍ଚାୟତ ସ୍ତରୀୟ ବୁଥ ସ୍ତରୀୟ, ମଣ୍ଡଳ ସ୍ତରୀୟ ବିଜେପି କର୍ମୀ ମାନଙ୍କୁ ନେଇ ପ୍ରଶିକ୍ଷଣ ଦିଆଯିବ। ଏହି କାର୍ଯ୍ୟକ୍ରମର ନାମ ଦିଆଯାଇଛି ପଣ୍ଡିତ ଦିନଦୟାଲ ଉପାଧ୍ୟାୟ ପ୍ରଶିକ୍ଷଣ ମହାଅଭିଯାନ।
ଆଜିର ଏହି କାର୍ଯ୍ୟକ୍ରମରେ ପ୍ରଥମେ ବନ୍ଦେ ମାତରଂ ଗାନ କରାଯାଇଥିଲା ଓ ଜିଲ୍ଲା ଯୋଜନା ବୈଠକ ଅନୁଷ୍ଠିତ ହୋଇଥିଲା। ଏହି କାର୍ଯ୍ୟକ୍ରମରେ ଶହ ଶହ ସଂଖ୍ୟାରେ ବିଜେପି କାର୍ଯ୍ୟକର୍ତ୍ତା ଉପସ୍ଥିତ ଥିଲେ।
ହିନ୍ଦୁସ୍ଥାନ ସମାଚାର / ଗୋପବନ୍ଧୁ