
ଭୁବନେଶ୍ୱର,୧୨ ମାର୍ଚ୍ଚ (ହିସ) - ଗଞ୍ଜାମ ଜିଲ୍ଲା ପାତ୍ରପୁର ତହସିଲର ଅଭିମନ୍ୟୁ ଗୌଡ଼ (ପିତା - ଅର୍ଜୁନ ଗୌଡ଼ ) ଙ୍କର ଦୁଃଖଦ ଦୁର୍ଘଟଣାରେ ପ୍ରାଣହାନି ସମ୍ପର୍କରେ ଜାଣି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଗଭୀର ଶୋକ ପ୍ରକାଶ କରିବା ସହ ମୃତକଙ୍କ ପରିବାର ବର୍ଗଙ୍କ ପ୍ରତି ସମବେଦନା ଜଣାଇଛନ୍ତି। ଏଥିସହ ମୃତକଙ୍କ ପରିବାରର ନିକଟତମ ଆତ୍ମୀୟଙ୍କ ପାଇଁ ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୪ ଲକ୍ଷ ଟଙ୍କାର ସହାୟତା ଘୋଷଣା କରିଛନ୍ତି । ଏନେଇ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି।
---------------
ହିନ୍ଦୁସ୍ଥାନ ସମାଚାର / ବନ୍ଦନା