ତୁଷୁରା ସରକାରୀ ବାଳକ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଠାରେ ବାର୍ଷିକ ପୁରସ୍କାର ବିତରଣୀ ଉତ୍ସବ-୨୦୨୬ ଅନୁଷ୍ଠିତ
ବଲାଙ୍ଗୀର,୧୩ ମାର୍ଚ୍ଚ(ହି.ସ.) – ଗୁଡଭେଲା ବ୍ଲକ୍ ଅନ୍ତର୍ଗତ ତୁଷୁରା ସରକାରୀ ବାଳକ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଠାରେ ବାର୍ଷିକ ପୁରସ୍କାର ବିତରଣୀ ଉତ୍ସବ-୨୦୨୬ ପ୍ରଧାନ ଶିକ୍ଷକ ଡ. ହେମନ୍ତ କୁମାର ଦାଶଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇ ଯାଇଛି। ଏଥିରେ ମୁଖ୍ୟ ଅତିଥି ଭାବେ ବାଳିକା ନୋଡାଲ୍ ହାଇସ୍କୁଲ
ତୁଷୁରା ସରକାରୀ ବାଳକ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଠାରେ ବାର୍ଷିକ ପୁରସ୍କାର ବିତରଣୀ ଉତ୍ସବ-୨୦୨୬ ଅନୁଷ୍ଠିତ


ବଲାଙ୍ଗୀର,୧୩ ମାର୍ଚ୍ଚ(ହି.ସ.) – ଗୁଡଭେଲା ବ୍ଲକ୍ ଅନ୍ତର୍ଗତ ତୁଷୁରା ସରକାରୀ ବାଳକ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଠାରେ ବାର୍ଷିକ ପୁରସ୍କାର ବିତରଣୀ ଉତ୍ସବ-୨୦୨୬ ପ୍ରଧାନ ଶିକ୍ଷକ ଡ. ହେମନ୍ତ କୁମାର ଦାଶଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇ ଯାଇଛି। ଏଥିରେ ମୁଖ୍ୟ ଅତିଥି ଭାବେ ବାଳିକା ନୋଡାଲ୍ ହାଇସ୍କୁଲର ପ୍ରଧାନ ଶିକ୍ଷୟିତ୍ରୀ ନିବେଦିତା ଭୋଇ ଯୋଗ ଦେଇ କୃତି ପ୍ରତିଯୋଗୀଙ୍କୁ ପୁରସ୍କାର ବିତରଣ କରିଥିଲେ। ସମ୍ମାନିତ ଅତିଥି ଭାବେ ମହୀପୁର ଆଶ୍ରମ ସ୍କୁଲର ପ୍ରଧାନ ଶିକ୍ଷକ ପ୍ରମୋଦ କୁମାର ନାଏକ ଯୋଗ ଦେଇଥିଲେ ଓ ବିଶିଷ୍ଟ ଅତିଥି ଭାବେ ଯୁବ ବ୍ୟବସାୟୀ ବିଭୋର କେଡିଆ ଯୋଗ ଦେଇଥିଲେ। ଶିକ୍ଷୟିତ୍ରୀ ବିନ୍ଦୁ ମାହାଣା ସଭା ସଞ୍ଚାଳନ କରିଥିଲେ ଓ ଶିକ୍ଷୟିତ୍ରୀ ରଞ୍ଜିତା ନାଗ ଧନ୍ୟବାଦ ଅର୍ପଣ କରିଥିଲେ। ଶିକ୍ଷୟିତ୍ରୀ ପ୍ରଶାନ୍ତି ଦାଶ ଓ ଆକାଂକ୍ଷା ରାଣୀ ଯୋଶୀ ସହଯୋଗ କରିଥିଲେ।

.......................................

ହିନ୍ଦୁସ୍ଥାନ ସମାଚାର / ଗୋପବନ୍ଧୁ


 rajesh pande