
କେନ୍ଦ୍ରାପଡା, ୧୪ ମାର୍ଚ୍ଚ (ହି.ସ.)- କେନ୍ଦ୍ରାପଡା ଜିଲ୍ଲା କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ କୃଷକ ରେଜିଷ୍ଟ୍ରି ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଜିଲ୍ଲା ମୁଖ୍ୟ କୃଷି ଅଧିକାରୀ ଉମେଶ ଚନ୍ଦ୍ର ମଲିକଙ୍କ ତତ୍ଵାବଧାନରେ ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲାପାଳ ରଘୁରାମ ଆର ଆୟାର ଏହି ପ୍ରଶିକ୍ଷଣ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଉପସ୍ଥିତ ଥିବା ଜିଲ୍ଲାର ସମସ୍ତ ତହସିଲଦାର, ଅତିରିକ୍ତ ତହସିଲଦାର, ଅତିରିକ୍ତ କୃଷି ଅଧିକାରୀ, ବ୍ଲକ କୃଷି ଅଧିକାରୀ ପ୍ରମୁଖଙ୍କୁ ଚାଷୀଙ୍କ ପଞ୍ଜିକରଣ କରିବା ପାଇଁ ତାଲିମ ପ୍ରଦାନ କରିଥିଲେ । ଏଥି ସହିତ ସମୟସୀମା ମଧ୍ୟରେ ଡିଜିଟାଲ ଫସଲ ସର୍ବେକ୍ଷଣ କରିବା ପାଇଁ ପରାମର୍ଶ ଦେଇଛନ୍ତି । ଆସନ୍ତା ୩୧ ମାର୍ଚ୍ଚ ଶେଷ ସୁଦ୍ଧା ସମସ୍ତ ସର୍ବେକ୍ଷଣ କାର୍ଯ୍ୟକ୍ରମ ସମାପ୍ତ କରିବା ପାଇଁ ଉକ୍ତ ବୈଠକରେ ଜିଲ୍ଲାପାଳ ଶ୍ରୀ ଆୟାର ନିର୍ଦ୍ଦେଶ ଦେଇଛନ୍ତି ।
କାର୍ଯ୍ୟକ୍ରମରେ ଅତିରିକ୍ତ ଜିଲ୍ଲାପାଳ ରବିନ୍ଦ୍ର କୁମାର ମଲିକ (ରାଜସ୍ୱ), ଉପ ଜିଲ୍ଲାପାଳ ଅରୁଣ କୁମାର ନାୟକଙ୍କ ସମେତ ଜିଲ୍ଲାର ସମସ୍ତ ତହସିଲଦାର ଓ ଜିଲ୍ଲା ସ୍ତରୀୟ ସମସ୍ତ ଅଧିକାରୀ ଉପସ୍ଥିତ ଥିଲେ ।
ହିନ୍ଦୁସ୍ଥାନ ସମାଚାର / ରବି