




ଭୁବନେଶ୍ୱର, ୧୪ ମାର୍ଚ୍ଚ (ହି.ସ.)- ମାର୍ଚ୍ଚ ୧୪ ତାରିଖ ସକାଳ ଠାରୁ ୧୯ ତାରିଖ ସକାଳ ସୁଦ୍ଧା ୫ ଦିନ ମଧ୍ୟରେ ଝଡ଼, ବଜ୍ରପାତ ଏବଂ ପବନର ସମ୍ଭାବନା ନେଇ ରାଜ୍ୟର କେତେକ ଜିଲ୍ଲାକୁ ଚେତାବନୀ ଜାରି କରିଛି ପାଣିପାଗ ବିଭାଗ । ପରବର୍ତୀ ୨ ଦିନ ପାଇଁ କୌଣସି ଚେତାବନୀ ନାହିଁ ।
ମାର୍ଚ୍ଚ ୧୪ ତାରିଖ ସକାଳ ଠାରୁ ୧୫ ତାରିଖ ସକାଳ ସୁଦ୍ଧା ଝଡ଼, ବଜ୍ରପାତ ଏବଂ ପବନର ସମ୍ଭାବନା ନେଇ ୨ ଜିଲ୍ଲା (ମୟୂରଭଞ୍ଜ, କେନ୍ଦୁଝର)କୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ସେଠାରେ ପବନର ବେଗ ଘଂଟା ପ୍ରତି ୩୦ରୁ ୪୦ କି.ମି. ରହିପାରେ ।
୧୫ ତାରିଖ ସକାଳ ଠାରୁ ୧୬ ତାରିଖ ସକାଳ ସୁଦ୍ଧା ଝଡ଼, ବଜ୍ରପାତ ଏବଂ ପବନର ସମ୍ଭାବନା ନେଇ ୨ ଜିଲ୍ଲା(ମୟୂରଭଞ୍ଜ, କେନ୍ଦୁଝର)କୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ସେଠାରେ ପବନର ବେଗ ଘଂଟା ପ୍ରତି ୩୦ରୁ ୪୦ କି.ମି. ରହିପାରେ ।
୧୬ ତାରିଖ ସକାଳ ଠାରୁ ୧୭ ତାରିଖ ସକାଳ ସୁଦ୍ଧା ଝଡ଼, ବଜ୍ରପାତ ଏବଂ ପବନର ସମ୍ଭାବନା ନେଇ ୩ ଜିଲ୍ଲା (ମୟୂରଭଞ୍ଜ, କେନ୍ଦୁଝର, ରାୟଗଡ଼ା)କୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଥିବା ବେଳେ ୧୯ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ୟେଲୋ ୱାର୍ଣ୍ଣିଂ ଜାରି ହୋଇଥିବା ଜିଲ୍ଲା ଗୁଡିକ ହେଲା ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର, ଯାଜପୁର, କଟକ, ଖୋର୍ଦ୍ଧା, ପୁରୀ, ଢ଼େଙ୍କାନାଳ, ଅନୁଗୁଳ, ନୟାଗଡ଼, ବୌଦ୍ଧ, କନ୍ଧମାଳ, କଳାହାଣ୍ଡି, ଗଞ୍ଜାମ, ଗଜପତି, ନବରଙ୍ଗପୁର, କୋରାପୁଟ, ମାଲକାନଗିରି । ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଥିବା ଜିଲ୍ଲା ଗୁଡିକରେ ପବନର ବେଗ ଘଂଟା ପ୍ରତି ୪୦ରୁ ୫୦ କି.ମି. ରହିପାରେ । ୟେଲୋ ୱାର୍ଣ୍ଣିଂ ଜାରି ହୋଇଥିବା ଜିଲ୍ଲା ଗୁଡିକ ମଧ୍ୟରୁ କେତେକ ସ୍ଥାନରେ ପବନର ବେଗ ଘଂଟା ପ୍ରତି ୩୦ରୁ ୪୦ କି.ମି. ରହିପାରେ ।
ସେହିପରି ମାର୍ଚ୍ଚ ୧୭ ତାରିଖ ସକାଳ ଠାରୁ ୧୮ ତାରିଖ ସକାଳ ସୁଦ୍ଧା ଝଡ଼, ବଜ୍ରପାତ ଏବଂ ପବନର ସମ୍ଭାବନା ନେଇ ୨ ଜିଲ୍ଲା(ମୟୂରଭଞ୍ଜ, କେନ୍ଦୁଝର)କୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ୧୮ ତାରିଖ ସକାଳ ଠାରୁ ୧୯ ତାରିଖ ସକାଳ ସୁଦ୍ଧା ଝଡ଼, ବଜ୍ରପାତ ଏବଂ ପବନର ସମ୍ଭାବନା ନେଇ ୨ ଜିଲ୍ଲା(ମୟୂରଭଞ୍ଜ, କେନ୍ଦୁଝର)କୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ପରବର୍ତୀ ୨ ଦିନ ଅର୍ଥାତ୍ ୧୯ ତାରିଖ ସକାଳ ଠାରୁ ୨୧ ତାରିଖ ସକାଳ ପର୍ଯ୍ୟନ୍ତ କୌଣସି ଚେତାବନୀ ନାହିଁ । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଶନିବାର ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।
ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ