
ଭୁବନେଶ୍ୱର, 14 ମାର୍ଚ୍ଚ (ହି.ସ.)- ଗଞ୍ଜାମ ଜିଲ୍ଲା ଖଲ୍ଲିକୋଟ ତହସିଲର ବିଜୟ ଦାସ
(ପିତା - ନଟବର ଦାସ) ଙ୍କର ଦୁଃଖଦ ଦୁର୍ଘଟଣାରେ ପ୍ରାଣହାନି ସମ୍ପର୍କରେ ଜାଣି ମୁଖ୍ୟମନ୍ତ୍ରୀ
ଶ୍ରୀ ମୋହନ ଚରଣ ମାଝୀ ଗଭୀର ଶୋକ ପ୍ରକାଶ କରିବା ସହ ମୃତକଙ୍କ ପରିବାର ବର୍ଗଙ୍କ ପ୍ରତି
ସମବେଦନା ଜଣାଇଛନ୍ତି। ଏଥିସହ ମୃତକଙ୍କ ପରିବାରର ନିକଟତମ ଆତ୍ମୀୟଙ୍କ ପାଇଁ ମୁଖ୍ୟମନ୍ତ୍ରୀ
ରିଲିଫ ପାଣ୍ଠି (ସିଏମଆରଏଫ) ରୁ ୪ ଲକ୍ଷର ସହାୟତା ଘୋଷଣା କରିଛନ୍ତି ।
---------------
ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା