ଜିଲ୍ଲାପାଳ ଏବଂ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର
କେନ୍ଦ୍ରାପଡ଼ା,୧୫ ମାର୍ଚ୍ଚ(ହି.ସ.) – କେନ୍ଦ୍ରାପଡ଼ା ଜିଲ୍ଲାପାଳ ଏବଂ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରେ ମୋଟ ୧୦୬ଟି ଅଭିଯୋଗ ପଞ୍ଜିକୃତ ହୋଇଥିଲା। ସେଥିମଧ୍ୟରୁ ୮୮ଟି ବ୍ୟକ୍ତିଗତ ଏବଂ ୧୮ଟି ସାମୁହିକ ଅଭିଯୋଗ ପଞ୍ଜିକୃତ ହୋଇଥିଲା। ମୁଖ୍ୟମନ୍ତ୍ରୀ
---------------ଜିଲ୍ଲାପାଳ ଏବଂ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର


କେନ୍ଦ୍ରାପଡ଼ା,୧୫ ମାର୍ଚ୍ଚ(ହି.ସ.) – କେନ୍ଦ୍ରାପଡ଼ା ଜିଲ୍ଲାପାଳ ଏବଂ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରେ ମୋଟ ୧୦୬ଟି ଅଭିଯୋଗ ପଞ୍ଜିକୃତ ହୋଇଥିଲା। ସେଥିମଧ୍ୟରୁ ୮୮ଟି ବ୍ୟକ୍ତିଗତ ଏବଂ ୧୮ଟି ସାମୁହିକ ଅଭିଯୋଗ ପଞ୍ଜିକୃତ ହୋଇଥିଲା। ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୬ ଜଣଙ୍କୁ ୪୫ ହଜାର ଟଙ୍କା ଆର୍ôଥକ ସହାୟତା ପ୍ରଦାନ କରାଯାଇଛି। ୭ଟି ଅଭିଯୋଗର ତୁରନ୍ତ ସମାଧାନ ହୋଇଥିଲା। ପଞ୍ଜିକୃତ ଅଭିଯୋଗଗୁଡ଼ିକର ତୁରନ୍ତ ସମାଧାନ କରିବାକୁ ଜିଲ୍ଲାପାଳ ସମସ୍ତ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ପରେ ଜିଲ୍ଲାପାଳ, ପୂର୍ବରୁ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିରରେ ପଞ୍ଜିକୃତ ହୋଇଥିବା ଅଭିଯୋଗଗୁଡ଼ିକ ସମୀକ୍ଷା କରିଥିଲେ। ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିରରେ ଜିଲ୍ଲା ପରିଷଦ ସଭାପତି ସୁଶ୍ରୀ ଲିଲିତା ଦାସ, ଜିଲ୍ଲାପାଳ ରଘୁରାମ ଆର ଆୟର, ଆରକ୍ଷୀ ଅଧିକ୍ଷକ ସିଦ୍ଧାର୍ଥ କଟ୍ଟାରିଆ, ଜିଲ୍ଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ଅଜାମ୍ବର ମହାନ୍ତି, ଅତିରିକ୍ତ ଜିଲ୍ଲାପାଳ ନବକ୍ରିଷ୍ଣ ଜେନା, ଉପ ଜିଲ୍ଲାପାଳ ଅରୁଣ କୁମାର ନାୟକ, ପ୍ରକାଶଥାଉ କି ଆସନ୍ତା ୧୬ ତାରିଖରେ ପଟ୍ଟାମୁଣ୍ଡାଇ ଏବଂ ୨୩ ତାରିଖରେ ରାଜକନିକା ଓ ୩୦ ତାରିଖରେ ମାର୍ଶାଘାଇ ବ୍ଲକ କାର୍ଯ୍ୟାଳୟ ଠାରେ ଜିଲ୍ଲାପାଳ ଏବଂ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର ଅନୁଷ୍ଠିତ ହେବ।

.......................................

ହିନ୍ଦୁସ୍ଥାନ ସମାଚାର / ରବି


 rajesh pande