ତିଖାଲି ଡ୍ୟାମ ମହୋତ୍ସବ ଉଦଯାପିତ
ନୂଆପଡ଼ା, ୧୫ ମାର୍ଚ୍ଚ (ହି.ସ.)- ନୂଆପଡ଼ା ଜିଲ୍ଲା ଖଡ଼ିଆଳ ବ୍ଲକ ଅନ୍ତର୍ଗତ ତିଖାଲି ଠାରେ ଅନୁଷ୍ଠିତ ତିଖାଲି ଡ୍ୟାମ ମହୋତ୍ସବ ଆଜି ଉଦଯାପିତ ହୋଇଯାଇଛି। ସଭାପତି ଗୌତମ ତାଣ୍ଡିଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଉଦଯାପନୀ ସମାରୋହରେ ମୁଖ୍ୟ ଅତିଥି ଭାବରେ ପୂର୍ବତନ ସାଂସଦ ବସନ୍ତ କୁମାର ପଣ୍ଡା, ଵିଶିଷ୍ଟ
Tikhali dam Lok mahoschav


ନୂଆପଡ଼ା, ୧୫ ମାର୍ଚ୍ଚ (ହି.ସ.)- ନୂଆପଡ଼ା ଜିଲ୍ଲା ଖଡ଼ିଆଳ ବ୍ଲକ ଅନ୍ତର୍ଗତ ତିଖାଲି ଠାରେ ଅନୁଷ୍ଠିତ ତିଖାଲି ଡ୍ୟାମ ମହୋତ୍ସବ ଆଜି ଉଦଯାପିତ ହୋଇଯାଇଛି। ସଭାପତି ଗୌତମ ତାଣ୍ଡିଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଉଦଯାପନୀ ସମାରୋହରେ ମୁଖ୍ୟ ଅତିଥି ଭାବରେ ପୂର୍ବତନ ସାଂସଦ ବସନ୍ତ କୁମାର ପଣ୍ଡା, ଵିଶିଷ୍ଟ ଅତିଥି ଭାବରେ ଜିଲ୍ଲାପାଳ ମଧୁସୂଦନ ଦାସ, ଆରକ୍ଷୀ ଅଧୀକ୍ଷକ ଅମ୍ରିତ ପାଲ ସିଂହ, ଖଡ଼ିଆଳ ବନଖଣ୍ଡ ଅଧିକାରୀ ଅଜିଜ ଖାନ, ମୁଖ୍ୟ ବକ୍ତା ଭାବରେ ଗବେଷକ ଫଣିନ୍ଦମ ସିଂଦେଓ, ସମ୍ମାନିତ ଅତିଥି ଭାବରେ ଖଡ଼ିଆଳ ଏସଡିପିଓ ଉପେନ୍ଦ୍ର ପ୍ରଧାନ, ଖଡ଼ିଆଳ ବ୍ଲକ ଅଧ୍ୟକ୍ଷା ପୁଷ୍ପାଞ୍ଜଳୀ ନନ୍ଦ, ଖରିଆର ରୋଡ଼ ନଗର ଅଧ୍ୟକ୍ଷା ସୋନିଆ ଜୈନ, ସିନାପାଲି ବ୍ଲକ ଅଧ୍ୟକ୍ଷା ମାଧୁରୀ ମାଝୀ, ଜିଲ୍ଲା ପରିଷଦ ସଦସ୍ୟ ଚିତ୍ତ ରଞ୍ଜନ ବେହେରା ପ୍ରମୁଖ ମଞ୍ଚାସିନ ଥିଲେ। ନାଟ୍ୟକାର ମୋତିଲାଲ ବାଗ ଅତିଥି ପରିଚୟ ଓ ସ୍ୱାଗତ ସମ୍ଭାଷଣ ପ୍ରଦାନ କରିଥିବା ବେଳେ ସାମ୍ବାଦିକ କୁନୁ କରୂଆଁ ଧନ୍ୟବାଦ ଅର୍ପଣ କରିଥିଲେ।

ଏହି ଅବସରରେ ସାଂସ୍କୃତିକ କାର୍ଯ୍ୟକ୍ରମରେ ପଶ୍ଚିମ ଓଡ଼ିଶାର ସୁପ୍ରସିଦ୍ଧ କଣ୍ଠଶିଳ୍ପୀ ରୁକୁ ସୁନାଙ୍କ ମେଲୋଡ଼ି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ଖଡ଼ିଆଳ ଏସଡିପିଓ ଉପେନ୍ଦ୍ର ପ୍ରଧାନଙ୍କ ନେତୃତ୍ୱରେ ପୋଲିସ ପ୍ରଶାସନ ପକ୍ଷରୁ ବ୍ୟାପକ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଥିଲା।

ହିନ୍ଦୁସ୍ଥାନ ସମାଚାର / ହେମନ୍ତ


 rajesh pande