
ଭୁବନେଶ୍ୱର,୧୬ ମାର୍ଚ୍ଚ (ହି.ସ)- କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପାଇଁ ମନୋନୀତ ହୋଇଥିବା କବି ଗିରିଜା କୁମାର ବଳୀୟାରସିଂଙ୍କୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶୁଭେଚ୍ଛା ଜଣାଇଛନ୍ତି।
ଏକ୍ସରେ ପୋଷ୍ଟ କରି ମୁଖ୍ୟମନ୍ତ୍ରୀ ଲେଖିଛନ୍ତି କବିତା ପୁସ୍ତକ 'ପାଦପୂରଣ' ପାଇଁ ୨୦୨୫ ମସିହା ନିମନ୍ତେ ସମ୍ମାନ ଜନକ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପାଇଁ ମନୋନୀତ ହୋଇଥିବା ଶ୍ରୀ ଗିରିଜା କୁମାର ବଳୀୟାରସିଂଙ୍କୁ ଅନେକ ଶୁଭେଚ୍ଛା ଓ ଅଭିନନ୍ଦନ। ଆପଣଙ୍କର ଏହି ଉପଲବ୍ଧି ଓଡ଼ିଆ ସାହିତ୍ୟକୁ ଜାତୀୟ ସ୍ତରରେ ନୂତନ ପରିଚୟ ପ୍ରଦାନ କରିଛି । ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ନିକଟରେ ଆପଣଙ୍କର ଉଜ୍ଜ୍ୱଳ ଭବିଷ୍ୟତ ଓ ଉତରୋତର ଉନ୍ନତି କାମନା କରୁଛି ।
---------------
ହିନ୍ଦୁସ୍ଥାନ ସମାଚାର / ବନ୍ଦନା