
ଭୁବନେଶ୍ୱର, ୧୬ ମାର୍ଚ୍ଚ (ହି.ସ.)- ପାଗ ଖରାପ ରହିବା ସହିତ ଆଜି ଉତର ଓଡ଼ିଶା ଉପକୂଳ ଏବଂ ବାହାରେ ପବନର ବେଗ ଘଂଟା ପ୍ରତି ୪୦ରୁ ୫୦ କି.ମି. ତଥା ୬୦ କି.ମି. ଛୁଇଁପାରେ । ଏହି ସମୟରେ ଉତର ଓଡ଼ିଶା ଉପକୂଳ ଏବଂ ବାହାରେ ସମୁଦ୍ର ଅଶାନ୍ତ ରହିବ । ତେଣୁ ମତ୍ସ୍ୟଜିବୀ ମାନଙ୍କୁ ସମୁଦ୍ର ମଧ୍ୟକୁ ମାଛ ଧରିବାକୁ ଯିବାକୁ ବାରଣ କରାଯାଇଛି । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୋମବାର ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।
ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ