ଗତ ୨୪ ଘଂଟା ମଧ୍ୟରେ ରାଜ୍ୟର କେତେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା : ମୟୂରଭଞ୍ଜ ଜିଲ୍ଲାର ମୋରଡ଼ାରେ ସର୍ବାଧିକ ୫୫.୦ ମି.ମି. ବର୍ଷା ରେକର୍ଡ଼
ଭୁବନେଶ୍ୱର, ୧୬ ମାର୍ଚ୍ଚ (ହି.ସ.)- ଗତ ୨୪ ଘଂଟା ମଧ୍ୟରେ ରାଜ୍ୟର କେତେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇଛି । ମୟୂରଭଞ୍ଜ ଜିଲ୍ଲାର ମୋରଡ଼ାରେ ସର୍ବାଧିକ ୫୫.୦ ମି.ମି. ବର୍ଷା ରେକର୍ଡ଼ ହୋଇଛି । ସେହିପରି ମୟୂରଭଞ୍ଜ ଜିଲ୍ଲାର ବେତନଟିରେ ୫୦.୦ ମି.ମି., ଜି.ବି. ନଗରରେ ୪୪.୦ ମି.ମି., ବାଲ
ଗତ ୨୪ ଘଂଟା ମଧ୍ୟରେ ରାଜ୍ୟର କେତେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା : ମୟୂରଭଞ୍ଜ ଜିଲ୍ଲାର ମୋରଡ଼ାରେ ସର୍ବାଧିକ ୫୫.୦ ମି.ମି. ବର୍ଷା ରେକର୍ଡ଼


ଭୁବନେଶ୍ୱର, ୧୬ ମାର୍ଚ୍ଚ (ହି.ସ.)- ଗତ ୨୪ ଘଂଟା ମଧ୍ୟରେ ରାଜ୍ୟର କେତେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇଛି । ମୟୂରଭଞ୍ଜ ଜିଲ୍ଲାର ମୋରଡ଼ାରେ ସର୍ବାଧିକ ୫୫.୦ ମି.ମି. ବର୍ଷା ରେକର୍ଡ଼ ହୋଇଛି ।

ସେହିପରି ମୟୂରଭଞ୍ଜ ଜିଲ୍ଲାର ବେତନଟିରେ ୫୦.୦ ମି.ମି., ଜି.ବି. ନଗରରେ ୪୪.୦ ମି.ମି., ବାଲିମୁଣ୍ଡଳିରେ ୪୦.୮ ମି.ମି., ଯଶିପୁରରେ ୩୭.୫ ମି.ମି., ସୁଳିଆପଦାରେ ୩୩.୦ ମି.ମି., ବାରିପଦାରେ ୩୨.୦ ମି.ମି., ଗଞ୍ଜାମ ଜିଲ୍ଲାର ବେଲଗୁଣ୍ଠାରେ ୩୨.୦ ମି.ମି., କେନ୍ଦୁଝର ଜିଲ୍ଲାର ଚମ୍ପୁଆରେ ୩୧.୨ ମି.ମି., ମୟୂରଭଞ୍ଜ ଜିଲ୍ଲାର ସୁକ୍ରୁଳିରେ ୨୮.୯ ମି.ମି., ଶାମାଖୁଂଟାରେ ୨୭.୦ ମି.ମି., କନ୍ଧମାଳ ଜିଲ୍ଲାର ଜି. ଉଦୟଗିରିରେ ୨୬.୩ ମି.ମି. ଏବଂ ମୟୂରଭଞ୍ଜ ଜିଲ୍ଲାର ବିଜାତଳାରେ ୨୫.୦ ମି.ମି. ବର୍ଷା ରେକର୍ଡ଼ ହୋଇଛି । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୋମବାର ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।

ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ


 rajesh pande