ଝଡ଼, ବଜ୍ରପାତ ଏବଂ ପବନର ସମ୍ଭାବନା ନେଇ ଆଗାମୀ ୫ ଦିନ ପାଇଁ ରାଜ୍ୟର କେତେକ ଜିଲ୍ଲାକୁ ଚେତାବନୀ : ୧୬ ତାରିଖ ସକାଳ ଠାରୁ ୧୭ ତାରିଖ ସକାଳ ସୁଦ୍ଧା କୁଆପଥରଝଡ଼ ନେଇ ମୟୂରଭଞ୍ଜ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ
ଭୁବନେଶ୍ୱର, ୧୬ ମାର୍ଚ୍ଚ (ହି.ସ.)- ମାର୍ଚ୍ଚ ୧୬ ତାରିଖ ସକାଳ ଠାରୁ ୨୧ ତାରିଖ ସକାଳ ସୁଦ୍ଧା ୫ ଦିନ ମଧ୍ୟରେ ଝଡ଼, ବଜ୍ରପାତ ଏବଂ ପବନର ସମ୍ଭାବନା ନେଇ ରାଜ୍ୟର କେତେକ ଜିଲ୍ଲାକୁ ଚେତାବନୀ ଜାରି କରିଛି ପାଣିପାଗ ବିଭାଗ । ଏହା ବ୍ୟତୀତ ୧୬ ତାରିଖ ସକାଳ ଠାରୁ ୧୭ ତାରିଖ ସକାଳ ସୁଦ୍ଧା କୁଆପଥରଝଡ଼ ନେଇ ମ
୨୦ ତାରିଖ ସକାଳ ଠାରୁ ୨୧ ତାରିଖ ସକାଳ ସୁଦ୍ଧା ଝଡ଼, ବଜ୍ରପାତ ଏବଂ ପବନର ସମ୍ଭାବନା ନେଇ ୭ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ


୧୯ ତାରିଖ ସକାଳ ଠାରୁ ୨୦ ତାରିଖ ସକାଳ ସୁଦ୍ଧା ଝଡ଼, ବଜ୍ରପାତ ଏବଂ ପବନର ସମ୍ଭାବନା ନେଇ ୩ ଜିଲ୍ଲା(କନ୍ଧମାଳ, ରାୟଗଡ଼ା, ଗଜପତି)କୁ ୟେଲୋ ୱାର୍ଣ୍ଣିଂ


୧୮ ତାରିଖ ସକାଳ ଠାରୁ ୧୯ ତାରିଖ ସକାଳ ସୁଦ୍ଧା ଝଡ଼, ବଜ୍ରପାତ ଏବଂ ପବନର ସମ୍ଭାବନା ନେଇ ୬ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ


୧୭ ତାରିଖ ସକାଳ ଠାରୁ ୧୮ ତାରିଖ ସକାଳ ସୁଦ୍ଧା ଝଡ଼, ବଜ୍ରପାତ ଏବଂ ପବନର ସମ୍ଭାବନା ନେଇ ୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ


୧୬ ତାରିଖ ସକାଳ ଠାରୁ ୧୭ ତାରିଖ ସକାଳ ସୁଦ୍ଧା ଝଡ଼, ବଜ୍ରପାତ ଏବଂ ପବନର ସମ୍ଭାବନା ନେଇ ୫ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଥିବା ବେଳେ ୧୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ


ଭୁବନେଶ୍ୱର, ୧୬ ମାର୍ଚ୍ଚ (ହି.ସ.)- ମାର୍ଚ୍ଚ ୧୬ ତାରିଖ ସକାଳ ଠାରୁ ୨୧ ତାରିଖ ସକାଳ ସୁଦ୍ଧା ୫ ଦିନ ମଧ୍ୟରେ ଝଡ଼, ବଜ୍ରପାତ ଏବଂ ପବନର ସମ୍ଭାବନା ନେଇ ରାଜ୍ୟର କେତେକ ଜିଲ୍ଲାକୁ ଚେତାବନୀ ଜାରି କରିଛି ପାଣିପାଗ ବିଭାଗ । ଏହା ବ୍ୟତୀତ ୧୬ ତାରିଖ ସକାଳ ଠାରୁ ୧୭ ତାରିଖ ସକାଳ ସୁଦ୍ଧା କୁଆପଥରଝଡ଼ ନେଇ ମୟୂରଭଞ୍ଜ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି ।

ମାର୍ଚ୍ଚ ୧୬ ତାରିଖ ସକାଳ ଠାରୁ ୧୭ ତାରିଖ ସକାଳ ସୁଦ୍ଧା ଝଡ଼, ବଜ୍ରପାତ ଏବଂ ପବନର ସମ୍ଭାବନା ନେଇ ୫ ଜିଲ୍ଲା (ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ୱର, ଜଗତସିଂହପୁର, ପୁରୀ)କୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଥିବା ବେଳେ ୧୫ ଜିଲ୍ଲା(ସୁନ୍ଦରଗଡ଼, ଭଦ୍ରକ, କେନ୍ଦ୍ରାପଡ଼ା, ଯାଜପୁର, କଟକ, ଖୋର୍ଦ୍ଧା, ଢେଙ୍କାନାଳ. ଅନୁଗୁଳ, ନୟାଗଡ଼, ବୌଦ୍ଧ, କନ୍ଧମାଳ, ଗଞ୍ଜାମ, ଗଜପତି, ବଲାଙ୍ଗିର, କଳାହାଣ୍ଡି)କୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଥିବା ମୟୂରଭଞ୍ଜ ଜିଲ୍ଲାରେ ପବନର ବେଗ ଘଂଟା ପ୍ରତି ୫୦ରୁ ୬୦ କି.ମି. ରହିପାରେ । ୟେଲୋ ୱାର୍ଣ୍ଣିଂ ଜାରି ହୋଇଥିବା ଜିଲ୍ଲା ଗୁଡିକ ମଧ୍ୟରୁ କେତେକ ସ୍ଥାନରେ ପବନର ବେଗ ଘଂଟା ପ୍ରତି ଘଂଟା ପ୍ରତି ୪୦ରୁ ୫୦ କି.ମି. ଏବଂ ଅନ୍ୟ କେତେକ ସ୍ଥାନରେ ପବନର ବେଗ ଘଂଟା ପ୍ରତି ଘଂଟା ପ୍ରତି ୩୦ରୁ ୪୦ କି.ମି. ରହିପାରେ ।

ସେହିପରି ୧୭ ତାରିଖ ସକାଳ ଠାରୁ ୧୮ ତାରିଖ ସକାଳ ସୁଦ୍ଧା ଝଡ଼, ବଜ୍ରପାତ ଏବଂ ପବନର ସମ୍ଭାବନା ନେଇ ୫ ଜିଲ୍ଲା(ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ୱର, କୋରାପୁଟ, ମାଲକାନଗିରି)କୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ୧୮ ତାରିଖ ସକାଳ ଠାରୁ ୧୯ ତାରିଖ ସକାଳ ସୁଦ୍ଧା ଝଡ଼, ବଜ୍ରପାତ ଏବଂ ପବନର ସମ୍ଭାବନା ନେଇ ୬ ଜିଲ୍ଲା(ମୟୂରଭଞ୍ଜ, କେନ୍ଦୁଝର, ରାୟଗଡ଼ା, କୋରାପୁଟ, ମାଲକାନଗିରି, ନବରଙ୍ଗପୁର)କୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି ।

ସେହିପରି ୧୯ ତାରିଖ ସକାଳ ଠାରୁ ୨୦ ତାରିଖ ସକାଳ ସୁଦ୍ଧା ଝଡ଼, ବଜ୍ରପାତ ଏବଂ ପବନର ସମ୍ଭାବନା ନେଇ ୩ ଜିଲ୍ଲା(କନ୍ଧମାଳ, ରାୟଗଡ଼ା, ଗଜପତି)କୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ୨୦ ତାରିଖ ସକାଳ ଠାରୁ ୨୧ ତାରିଖ ସକାଳ ସୁଦ୍ଧା ଝଡ଼, ବଜ୍ରପାତ ଏବଂ ପବନର ସମ୍ଭାବନା ନେଇ ୭ ଜିଲ୍ଲା(ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ନବରଙ୍ଗପୁର, ରାୟଗଡ଼ା, କୋରାପୁଟ, ମାଲକାନଗିରି)କୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ପରବର୍ତୀ ୨ ଦିନ ଅର୍ଥାତ୍ ୨୧ ତାରିଖ ସକାଳ ଠାରୁ ୨୩ ତାରିଖ ସକାଳ ପର୍ଯ୍ୟନ୍ତ କୌଣସି ଚେତାବନୀ ନାହିଁ । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୋମବାର ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।

ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ


 rajesh pande