
କେନ୍ଦ୍ରାପଡା, ୧୬ ମାର୍ଚ୍ଚ (ହି.ସ.)- ପଟ୍ଟାମୁଣ୍ଡାଇ ପଞ୍ଚାୟତ ସମ୍ମିଳନୀ କକ୍ଷରେ ଜିଲ୍ଲାପାଳ ଏବଂ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଆଜି ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରେ ସାଧାରଣ ଲୋକମାନେ ନିଜ ନିଜ ଅଭିଯୋଗ ଜିଲ୍ଲା ପ୍ରଶାସନଙ୍କ ନଜରକୁ ଆଣିଥିଲେ। ଆଜିର ଶିବିରରେ ମୋଟ ୧୨୬ଟି ଅଭିଯୋଗ ପଞ୍ଜିକୃତ ହୋଇଥିଲା। ସେଥି ମଧ୍ୟରୁ ୧୦୨ଟି ବ୍ୟକ୍ତିଗତ ଏବଂ ୨୪ଟି ସାମୁହିକ ଅଭିଯୋଗ ରହିଥିଲା। ସେଥିମଧ୍ୟରୁ ୭ଟି ଅଭିଯୋଗର ତୁରନ୍ତ ସମାଧାନ କରାଯାଇଥିଲା। ଏହାସହିତ ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୨ ଜଣଙ୍କୁ ୧୦ ହଜାର ଟଙ୍କା ଆର୍ଥିକ ସହାୟତା ପ୍ରଦାନ କରାଯାଇଥିଲା।
ଏହି ଯୁଗ୍ମ ଅଭିଯୋଗ ଶୁଣାଣି ଶିବିରରେ ଆରକ୍ଷୀ ଅଧିକ୍ଷକ ସିଦ୍ଧାର୍ଥ କଟ୍ଟାରିଆ, ଜିଲ୍ଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ଅଜାମ୍ବର ମହାନ୍ତି, ଅତିରିକ୍ତ ଜିଲ୍ଲାପାଳ ନବକ୍ରିଷ୍ଣ ଜେନା, ଉପ ଜିଲ୍ଲାପାଳ ଅରୁଣ କୁମାର ନାୟକ, ପଟ୍ଟାମୁଣ୍ଡାଇ ବିଡିଓ ଓ ତହସିଲଦାର, ଡେପୁଟି କଲେକ୍ଟର (ସାଧାରଣ ଓ ବିବିଧ ବିଭାଗ) ସରୋଜ କୁମାର ବେହେରା ସହ ବିଭିନ୍ନ ବିଭାଗର ଜିଲ୍ଲାସ୍ତରୀୟ ଅଧିକାରୀମାନେ ଉପସ୍ଥିତ ଥିଲେ।
ଆସନ୍ତା ୨୩ ତାରିଖରେ ରାଜକନିକା ବ୍ଲକ କାର୍ଯ୍ୟ।ଳୟ ଓ ୩୦ ତାରିଖରେ ମାର୍ଶାଘାଇ ବ୍ଲକ କାର୍ଯ୍ୟ।ଳୟ ଠାରେ ଜିଲ୍ଲାପାଳ ଏବଂ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହେବ।
ହିନ୍ଦୁସ୍ଥାନ ସମାଚାର / ରବି