ଏସସିବି ଅଗ୍ନିକାଣ୍ଡ ଘଟଣାରେ ଧର୍ମେନ୍ଦ୍ର ପ୍ରଧାନଙ୍କ ଦୁଃଖ ପ୍ରକାଶ
ଭୁବନେଶ୍ୱର, 16 ମାର୍ଚ୍ଚ (ହି.ସ.)- ଏସସିବି ଅଗ୍ନିକାଣ୍ଡ ଘଟଣାରେ ବିରୋଧୀ ଦଳ ନେତା ଧର୍ମେନ୍ଦ୍ର ପ୍ରଧାନ ଦୁଃଖ ପ୍ରକାଶ କରିଛନ୍ତି । ଏନେଇ ସୋସିଆଲ ମିଡିଆ ଏକ୍ସରେ କେନ୍ଦ୍ରମନ୍ତ୍ରୀ କହିଛନ୍ତି ଯେ, କଟକ ଏସସିବି ମେଡ଼ିକାଲ କଲେଜ ଏବଂ ହସ୍ପିଟାଲରେ ଘଟିଥିବା ଅଭାବନୀ
ଏସସିବି ଅଗ୍ନିକାଣ୍ଡ ଘଟଣାରେ     ଧର୍ମେନ୍ଦ୍ର ପ୍ରଧାନଙ୍କ ଦୁଃଖ ପ୍ରକାଶ


ଭୁବନେଶ୍ୱର, 16 ମାର୍ଚ୍ଚ (ହି.ସ.)- ଏସସିବି

ଅଗ୍ନିକାଣ୍ଡ ଘଟଣାରେ ବିରୋଧୀ ଦଳ ନେତା ଧର୍ମେନ୍ଦ୍ର ପ୍ରଧାନ ଦୁଃଖ ପ୍ରକାଶ କରିଛନ୍ତି । ଏନେଇ

ସୋସିଆଲ ମିଡିଆ ଏକ୍ସରେ କେନ୍ଦ୍ରମନ୍ତ୍ରୀ କହିଛନ୍ତି ଯେ, କଟକ ଏସସିବି ମେଡ଼ିକାଲ କଲେଜ ଏବଂ

ହସ୍ପିଟାଲରେ ଘଟିଥିବା ଅଭାବନୀୟ ଅଗ୍ନିକାଣ୍ଡ ଘଟଣାରେ ମୃତ୍ୟୁବରଣ କରିଥିବା ଖବର ଶୁଣି ମୁଁ

ଦୁଃଖିତ ଓ ମର୍ମାହତ । ଅମର ଆତ୍ମାର ସଦଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାର ବର୍ଗଙ୍କୁ

ସମବେଦନା ଜଣାଉଛି । ଏହି ଦୁଃଖଦ ସମୟରେ ମହାପ୍ରଭୁ ଶ୍ରୀଜଗନ୍ନାଥ ପରିବାର ବର୍ଗଙ୍କୁ ଅସୀମ

ଧୈର୍ଯ୍ୟ ଓ ସାହସ ପ୍ରଦାନ କରନ୍ତୁ । ଆହତମାନଙ୍କର ଆଶୁ ଆରୋଗ୍ୟ କାମନା କରୁଛି ।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande