
ଭୁବନେଶ୍ୱର, 16 ମାର୍ଚ୍ଚ (ହି.ସ.)- ଏସସିବି ଅଗ୍ନିକାଣ୍ଡକୁ
ନେଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତି ପରିଡା ଶୋକ ପ୍ରକାଶ କରିଛନ୍ତି । ଏନେଇ ସୋସିଆଲ ମିଡିଆ
ଏକ୍ସରେ ପ୍ରଭାତି ପରିଡା କହିଛନ୍ତି ଯେ, କଟକର ଏସସିବି ମେଡିକାଲର ଟ୍ରମା କେୟାର ଆଇସିୟୁରେ
ଘଟିଥିବା ଦୁଃଖଦ ଅଗ୍ନିକାଣ୍ଡ ଅଘଟଣ ବାବଦରେ ଖବର ପାଇ ମୁଁ ଅତ୍ୟନ୍ତ ଦୁଃଖିତ । ଏହି ଅଘଟଣରେ
ପ୍ରାଣ ହରାଇଥିବା ପ୍ରତ୍ୟେକ ବ୍ୟକ୍ତିଙ୍କ ପରିବାରବର୍ଗଙ୍କ ପ୍ରତି ସମବେଦନା ଜଣାଉଛି ।
ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ
ଚରଣ ମାଝୀ ଏହି ଅଘଟଣକୁ ନେଇ ଗଭୀର ଦୁଃଖ ପ୍ରକାଶ କରିବା ସହିତ ଘଟଣାସ୍ଥଳ ପରିଦର୍ଶନ କରିଛନ୍ତି।
ଏଥିସହ ମୃତକଙ୍କ ନିକଟତମ ଆତ୍ମୀୟଙ୍କ ପାଇଁ ମୁଖ୍ୟମନ୍ତ୍ରୀ ରିଲିଫ୍ ପାଣ୍ଠିରୁ ୨୫ ଲକ୍ଷ ଟଙ୍କା
ଲେଖାଏଁ ଅନୁକମ୍ପାମୂଳକ ସହାୟତା ଘୋଷଣା କରିଛନ୍ତି । ଏହି ଦୁଃଖଦ ଅଗ୍ନିକାଣ୍ଡ ଘଟଣାର ବିଚାର
ବିଭାଗୀୟ ତଦନ୍ତ ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି।
---------------
ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା