ଗତ ୨୪ ଘଂଟା ମଧ୍ୟରେ ରାଜ୍ୟର କେତେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା : ସୁନ୍ଦରଗଡ଼ ଜିଲ୍ଲାର ରାଜଗାଙ୍ଗପୁରରେ ସର୍ବାଧିକ ୩୫.୦ ମି.ମି. ବର୍ଷା ରେକର୍ଡ଼
ଭୁବନେଶ୍ୱର, ୧୭ ମାର୍ଚ୍ଚ (ହି.ସ.)- ଗତ ୨୪ ଘଂଟା ମଧ୍ୟରେ ରାଜ୍ୟର କେତେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇଛି । ସୁନ୍ଦରଗଡ଼ ଜିଲ୍ଲାର ରାଜଗାଙ୍ଗପୁରରେ ସର୍ବାଧିକ ୩୫.୦ ମି.ମି. ବର୍ଷା ରେକର୍ଡ଼ ହୋଇଛି । ସେହିପରି ସୁନ୍ଦରଗଡ଼ ଜିଲ୍ଲାର ଟେନସାରେ ୩୪.୦ ମି.ମି., ବାଲେଶ୍ୱର ଜିଲ୍ଲାର ସୋରରେ ୩
ଗତ ୨୪ ଘଂଟା ମଧ୍ୟରେ ରାଜ୍ୟର କେତେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା : ସୁନ୍ଦରଗଡ଼ ଜିଲ୍ଲାର ରାଜଗାଙ୍ଗପୁରରେ ସର୍ବାଧିକ ୩୫.୦ ମି.ମି. ବର୍ଷା ରେକର୍ଡ଼


ଭୁବନେଶ୍ୱର, ୧୭ ମାର୍ଚ୍ଚ (ହି.ସ.)- ଗତ ୨୪ ଘଂଟା ମଧ୍ୟରେ ରାଜ୍ୟର କେତେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇଛି । ସୁନ୍ଦରଗଡ଼ ଜିଲ୍ଲାର ରାଜଗାଙ୍ଗପୁରରେ ସର୍ବାଧିକ ୩୫.୦ ମି.ମି. ବର୍ଷା ରେକର୍ଡ଼ ହୋଇଛି ।

ସେହିପରି ସୁନ୍ଦରଗଡ଼ ଜିଲ୍ଲାର ଟେନସାରେ ୩୪.୦ ମି.ମି., ବାଲେଶ୍ୱର ଜିଲ୍ଲାର ସୋରରେ ୩୨.୦ ମି.ମି., ମୟୂରଭଞ୍ଜ ଜିଲ୍ଲାର ଚନ୍ଦୁଆରେ ୨୭.୦ ମି.ମି., ସାରସକଣାରେ ୨୬.୦ ମି.ମି., ବାଙ୍ଗିରିପୋଷିରେ ୨୫.୨ ମି.ମି., ବାଲେଶ୍ୱର ଜିଲ୍ଲାର ବାହାନଗାରେ ୨୫.୦ ମି.ମି., ଭଦ୍ରକ ଜିଲ୍ଲାର ଭଦ୍ରକରେ ୨୪.୦ ମି.ମି., ବାଲେଶ୍ୱର ଜିଲ୍ଲାର ଜଇପୁରରେ ୨୩.୦ ମି.ମି., ନୂଆପଡ଼ା ଜିଲ୍ଲାର ସିନାପାଲିରେ ୨୩.୦ ମି.ମି., ମୟୂରଭଞ୍ଜ ଜିଲ୍ଲାର ମୋରଡ଼ାରେ ୨୨.୩ ମି.ମି., କେନ୍ଦ୍ରାପଡ଼ା ଜିଲ୍ଲାର ଗରଦପୁରରେ ୨୨.୦ ମି.ମି. ଏବଂ ମୟୂରଭଞ୍ଜ ଜିଲ୍ଲାର ବିଜାତଳାରେ ୨୧.୦ ମି.ମି. ବର୍ଷା ରେକର୍ଡ଼ ହୋଇଛି । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ମଙ୍ଗଳବାର ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।

ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ


 rajesh pande