ଝଡ଼, ବଜ୍ରପାତ ଏବଂ ପବନର ସମ୍ଭାବନା ନେଇ ଆଗାମୀ ୩ ଦିନ ପାଇଁ ରାଜ୍ୟର କେତେକ ଜିଲ୍ଲାକୁ ଚେତାବନୀ, ୨୦ ତାରିଖ ସକାଳ ଠାରୁ ୨୨ ତାରିଖ ସକାଳ ସୁଦ୍ଧା କୁଆପଥରଝଡ଼, ବଜ୍ରପାତ ଏବଂ ପବନର ସମ୍ଭାବନା ନେଇ କେତେକ ଜିଲ୍ଲାକୁ ଚେତାବନୀ
ଭୁବନେଶ୍ୱର, ୧୭ ମାର୍ଚ୍ଚ (ହି.ସ.)- ମାର୍ଚ୍ଚ ୧୭ ତାରିଖ ସକାଳ ଠାରୁ ୨୦ ତାରିଖ ସକାଳ ସୁଦ୍ଧା ୩ ଦିନ ମଧ୍ୟରେ ଝଡ଼, ବଜ୍ରପାତ ଏବଂ ପବନର ସମ୍ଭାବନା ନେଇ ରାଜ୍ୟର କେତେକ ଜିଲ୍ଲାକୁ ଚେତାବନୀ ଜାରି କରିଛି ପାଣିପାଗ ବିଭାଗ । ଏହା ବ୍ୟତୀତ ୨୦ ତାରିଖ ସକାଳ ଠାରୁ ୨୨ ତାରିଖ ସକାଳ ସୁଦ୍ଧା କୁଆପଥରଝଡ଼, ବଜ୍ର
୨୧ ତାରିଖ ସକାଳ ଠାରୁ ୨୨ ତାରିଖ ସକାଳ ସୁଦ୍ଧା କୁଆପଥରଝଡ଼, ବଜ୍ରପାତ ଏବଂ ପବନର ସମ୍ଭାବନା ନେଇ ୩ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଥିବା ବେଳେ ୧୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ


୨୦ ତାରିଖ ସକାଳ ଠାରୁ ୨୧ ତାରିଖ ସକାଳ ସୁଦ୍ଧା କୁଆପଥରଝଡ଼, ବଜ୍ରପାତ ଏବଂ ପବନର ସମ୍ଭାବନା ନେଇ ୬ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଥିବା ବେଳେ ୧୮ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ


୧୯ ତାରିଖ ସକାଳ ଠାରୁ ୨୦ ତାରିଖ ସକାଳ ସୁଦ୍ଧା ଝଡ଼, ବଜ୍ରପାତ ଏବଂ ପବନର ସମ୍ଭାବନା ନେଇ ୭ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ


୧୮ ତାରିଖ ସକାଳ ଠାରୁ ୧୯ ତାରିଖ ସକାଳ ସୁଦ୍ଧା ଝଡ଼, ବଜ୍ରପାତ ଏବଂ ପବନର ସମ୍ଭାବନା ନେଇ ୬ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ


୧୭ ତାରିଖ ସକାଳ ଠାରୁ ୧୮ ତାରିଖ ସକାଳ ସୁଦ୍ଧା ଝଡ଼, ବଜ୍ରପାତ ଏବଂ ପବନର ସମ୍ଭାବନା ନେଇ ୯ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ


ଭୁବନେଶ୍ୱର, ୧୭ ମାର୍ଚ୍ଚ (ହି.ସ.)- ମାର୍ଚ୍ଚ ୧୭ ତାରିଖ ସକାଳ ଠାରୁ ୨୦ ତାରିଖ ସକାଳ ସୁଦ୍ଧା ୩ ଦିନ ମଧ୍ୟରେ ଝଡ଼, ବଜ୍ରପାତ ଏବଂ ପବନର ସମ୍ଭାବନା ନେଇ ରାଜ୍ୟର କେତେକ ଜିଲ୍ଲାକୁ ଚେତାବନୀ ଜାରି କରିଛି ପାଣିପାଗ ବିଭାଗ । ଏହା ବ୍ୟତୀତ ୨୦ ତାରିଖ ସକାଳ ଠାରୁ ୨୨ ତାରିଖ ସକାଳ ସୁଦ୍ଧା କୁଆପଥରଝଡ଼, ବଜ୍ରପାତ ଏବଂ ପବନର ସମ୍ଭାବନା ନେଇ କେତେକ ଜିଲ୍ଲାକୁ ଚେତାବନୀ ଜାରି ହୋଇଛି ।

ମାର୍ଚ୍ଚ ୧୭ ତାରିଖ ସକାଳ ଠାରୁ ୧୮ ତାରିଖ ସକାଳ ସୁଦ୍ଧା ଝଡ଼, ବଜ୍ରପାତ ଏବଂ ପବନର ସମ୍ଭାବନା ନେଇ ୯ ଜିଲ୍ଲା(ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ୱର, ନବରଙ୍ଗପୁର, କଳାହାଣ୍ଡି, ରାୟଗଡ଼ା, ଗଜପତି, କୋରାପୁଟ, ମାଲକାନଗିରି )କୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ତନ୍ମଧ୍ୟରୁ କେତେକ ସ୍ଥାନରେ ପବନର ବେଗ ଘଂଟା ପ୍ରତି ଘଂଟା ପ୍ରତି ୩୦ରୁ ୪୦ କି.ମି. ରହିପାରେ ।

ସେହିପରି ୧୮ ତାରିଖ ସକାଳ ଠାରୁ ୧୯ ତାରିଖ ସକାଳ ସୁଦ୍ଧା ଝଡ଼, ବଜ୍ରପାତ ଏବଂ ପବନର ସମ୍ଭାବନା ନେଇ ୬ ଜିଲ୍ଲା(ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ରାୟଗଡ଼ା, କୋରାପୁଟ, ମାଲକାନଗିରି )କୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଏସବୁ ସ୍ଥାନରେ ପବନର ବେଗ ଘଂଟା ପ୍ରତି ଘଂଟା ପ୍ରତି ୩୦ରୁ ୪୦ କି.ମି. ରହିପାରେ । ୧୯ ତାରିଖ ସକାଳ ଠାରୁ ୨୦ ତାରିଖ ସକାଳ ସୁଦ୍ଧା ଝଡ଼, ବଜ୍ରପାତ ଏବଂ ପବନର ସମ୍ଭାବନା ନେଇ ୭ ଜିଲ୍ଲା(ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ରାୟଗଡ଼ା, ଗଜପତି, କୋରାପୁଟ, ମାଲକାନଗିରି)କୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଏସବୁ ସ୍ଥାନରେ ପବନର ବେଗ ଘଂଟା ପ୍ରତି ଘଂଟା ପ୍ରତି ୩୦ରୁ ୪୦ କି.ମି. ରହିପାରେ ।

ଅନୁରୂପ ଭାବେ ୨୦ ତାରିଖ ସକାଳ ଠାରୁ ୨୧ ତାରିଖ ସକାଳ ସୁଦ୍ଧା କୁଆପଥରଝଡ଼, ବଜ୍ରପାତ ଏବଂ ପବନର ସମ୍ଭାବନା ନେଇ ୬ ଜିଲ୍ଲା(ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ଝାରସୁଗୁଡ଼ା, ସମ୍ବଲପୁର, ବରଗଡ଼)କୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଥିବା ବେଳେ ୧୮ ଜିଲ୍ଲା(ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର, ଯାଜପୁର, କଟକ, ଖୋର୍ଦ୍ଧା, ଢେଙ୍କାନାଳ. ଅନୁଗୁଳ, ଦେବଗଡ଼, ବୌଦ୍ଧ, ସୋନପୁର, ବଲାଙ୍ଗିର, ନୂଆପଡ଼ା, କଳାହାଣ୍ଡି, ନବରଙ୍ଗପୁର, କୋରାପୁଟ, ମାଲକାନଗିରି)କୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଥିବା ଜିଲ୍ଲା ଗୁଡିକରେ ପବନର ବେଗ ଘଂଟା ପ୍ରତି ୫୦ରୁ ୬୦ କି.ମି. ରହିପାରେ ଏବଂ ୟେଲୋ ୱାର୍ଣ୍ଣିଂ ଜାରି ହୋଇଥିବା ଜିଲ୍ଲା ଗୁଡିକ ମଧ୍ୟରୁ କେତେକ ସ୍ଥାନରେ ପବନର ବେଗ ଘଂଟା ପ୍ରତି ଘଂଟା ପ୍ରତି ୪୦ରୁ ୫୦ କି.ମି. ଏବଂ ଅନ୍ୟ କେତେକ ସ୍ଥାନରେ ପବନର ବେଗ ଘଂଟା ପ୍ରତି ଘଂଟା ପ୍ରତି ୩୦ରୁ ୪୦ କି.ମି. ରହିପାରେ ।

ଅନୁରୂପ ଭାବେ ୨୧ ତାରିଖ ସକାଳ ଠାରୁ ୨୨ ତାରିଖ ସକାଳ ସୁଦ୍ଧା କୁଆପଥରଝଡ଼, ବଜ୍ରପାତ ଏବଂ ପବନର ସମ୍ଭାବନା ନେଇ ୩ ଜିଲ୍ଲା(କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର)କୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଥିବା ବେଳେ ୧୫ ଜିଲ୍ଲା(ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର, ଯାଜପୁର, କଟକ, ଢେଙ୍କାନାଳ. ଅନୁଗୁଳ, ଦେବଗଡ଼, ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ରାୟଗଡ଼ା, ନବରଙ୍ଗପୁର, କୋରାପୁଟ, ମାଲକାନଗିରି)କୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ପରବର୍ତୀ ୨ ଦିନ ଅର୍ଥାତ୍ ୨୨ ତାରିଖ ସକାଳ ଠାରୁ ୨୪ ତାରିଖ ସକାଳ ପର୍ଯ୍ୟନ୍ତ କୌଣସି ଚେତାବନୀ ନାହିଁ । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ମଙ୍ଗଳବାର ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।

ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ


 rajesh pande