
ଭୁବନେଶ୍ୱର, 17 ମାର୍ଚ୍ଚ (ହି.ସ.)- ଡ଼ ଦେବେନ୍ଦ୍ର ପ୍ରଧାନଙ୍କ ପ୍ରଥମ ଶ୍ରାଦ୍ଧ
ବାର୍ଷିକୀରେ ତାଙ୍କୁ ଶ୍ରଦ୍ଧାଂଜଳି ଜ୍ଞାପନ କରିଛନ୍ତି ସ୍ୱାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ ।
ଏନେଇ ସୋସିଆଲ ମିଡିଆ ଏକ୍ସରେ ମନ୍ତ୍ରୀ କହିଛନ୍ତି ଯେ, ପୂର୍ବତନ କେନ୍ଦ୍ରମନ୍ତ୍ରୀ ଡ଼ ଦେବେନ୍ଦ୍ର
ପ୍ରଧାନଙ୍କ ପ୍ରଥମ ଶ୍ରାଦ୍ଧ ବାର୍ଷିକୀରେ ବିନମ୍ର ଶ୍ରଦ୍ଧାଞ୍ଜଳି ଜଣାଉଛି। ଜନକଲ୍ୟାଣ ତଥା
ରାଜ୍ୟର ବିକାଶ ପାଇଁ ତାଙ୍କର ଅବଦାନ ସର୍ବଦା ପ୍ରଶଂସନୀୟ।
---------------
ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା