
ଭୁବନେଶ୍ୱର, 18 ମାର୍ଚ୍ଚ (ହି.ସ.)- ଟ୍ରଷ୍ଟଗଠନ ନେଇ
ସ୍ପଷ୍ଟୀକରଣ ରଖିଛନ୍ତି ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ । ସେ କହିଛନ୍ତି ଯେ ବିଜୁ ବାବୁ ଦାନଦକ୍ଷିଣା
ପାଇଁ ଜଣାଶୁଣା ଥିଲେ । 30 ବର୍ଷ ବୟସରେ ସେ
ବିଜ୍ଞାନର ପ୍ରଚାରପ୍ରସାର ପାଇଁ କଳିଙ୍ଗ ଯୁନେସ୍କୋ ପୁରସ୍କାର ଦାନ କରିଥିଲେ । ସେ ନିଜ ଜୀବନରେ
ଅନେକ ଭଲ କାମ କରିଛନ୍ତି । ମୁଁ, ମୋ ଭାଇ ଓ ଭଉଣୀ
କଟକ ଆନନ୍ଦ ଭବନକୁ ଓଡ଼ିଶାବାସୀଙ୍କ ପାଇଁ ଦାନ କରିଥିଲୁ । ଯେବେ ମୁଁ ମୁମ୍ବାଇ ଯାଇଥିଲି ବେକ
ଅପରେସନ ପାଇଁ, ତା ପୂର୍ବରୁ ପ୍ରଥମେ ମୁଁ ଦିଲ୍ଲୀ ଯାଇଥିଲି । ସେଠି
ଅନେକ ବଡ଼ ବଡ଼ ଓକିଲ ଓ ସିଏଙ୍କୁ ଭେଟିଥିଲି । ମୁଁ ବିଜୁ ବାବୁଙ୍କ ନାଁରେ ଏକ ଟ୍ରଷ୍ଟ ଗଠନ
କରିବାକୁ ନିଷ୍ପତ୍ତି ନେଇଥିଲି । ଏହି ଟ୍ରଷ୍ଟ ଓଡ଼ିଶାବାସୀଙ୍କ ହିତ ପାଇଁ ଖୋଲିଲି । ମୋ ନିଜ
ପାଣ୍ଠିରୁ ଏକ ଲକ୍ଷ ଟଙ୍କାର ଛୋଟ ଅର୍ଥ ରାଶିରୁ ଟ୍ରଷ୍ଟ ଆରମ୍ଭ କଲି । ବିଜେଡି କି ଦଳୀୟ
ପାଣ୍ଠି ସହ ଏହାର କିଛି ସମ୍ପର୍କ ନାହିଁ ବୋଲି ସେ କହିଛନ୍ତି।
---------------
ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା