କୁଆପଥରଝଡ଼, ବଜ୍ରପାତ ଏବଂ ପବନର ସମ୍ଭାବନା ନେଇ ଆଗାମୀ ୩ ଦିନ ପାଇଁ ରାଜ୍ୟର କେତେକ ଜିଲ୍ଲାକୁ ଚେତାବନୀ; ଝଡ଼, ବଜ୍ରପାତ ଏବଂ ପବନର ସମ୍ଭାବନା ନେଇ ପରବର୍ତୀ ୪ ଦିନ ପାଇଁ କେତେକ ଜିଲ୍ଲାକୁ ଚେତାବନୀ
ଭୁବନେଶ୍ୱର, ୧୯ ମାର୍ଚ୍ଚ (ହି.ସ.)- ମାର୍ଚ୍ଚ ୧୯ ତାରିଖ ସକାଳ ଠାରୁ ୨୨ ତାରିଖ ସକାଳ ସୁଦ୍ଧା ଆଗାମୀ ୩ ଦିନ ମଧ୍ୟରେ କୁଆପଥରଝଡ଼, ବଜ୍ରପାତ ଏବଂ ପବନର ସମ୍ଭାବନା ନେଇ ରାଜ୍ୟର କେତେକ ଜିଲ୍ଲାକୁ ଚେତାବନୀ ଜାରି କରିଛି ପାଣିପାଗ ବିଭାଗ । ଏହା ବ୍ୟତୀତ ୨୨ ତାରିଖ ସକାଳ ଠାରୁ ୨୬ ତାରିଖ ସକାଳ ସୁଦ୍ଧା ଝଡ଼
୨୧ ତାରିଖ ସକାଳ ଠାରୁ ୨୨ ତାରିଖ ସକାଳ ସୁଦ୍ଧା କୁଆପଥରଝଡ଼, ବଜ୍ରପାତ ଏବଂ ପବନର ସମ୍ଭାବନା ନେଇ ୬ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଥିବା ବେଳେ ୬ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ


୨୦ ତାରିଖ ସକାଳ ଠାରୁ ୨୧ ତାରିଖ ସକାଳ ସୁଦ୍ଧା କୁଆପଥରଝଡ଼, ବଜ୍ରପାତ ଏବଂ ପବନର ସମ୍ଭାବନା ନେଇ ୬ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଥିବା ବେଳେ ୧୩ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ


୧୯ ତାରିଖ ସକାଳ ଠାରୁ ୨୦ ତାରିଖ ସକାଳ ସୁଦ୍ଧା କୁଆପଥରଝଡ଼, ବଜ୍ରପାତ ଏବଂ ପବନର ସମ୍ଭାବନା ନେଇ ୪ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଥିବା ବେଳେ ଝଡ଼, ବଜ୍ରପାତ ଏବଂ ପବନର ସମ୍ଭାବନା ନେଇ ୬ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ


ଭୁବନେଶ୍ୱର, ୧୯ ମାର୍ଚ୍ଚ (ହି.ସ.)- ମାର୍ଚ୍ଚ ୧୯ ତାରିଖ ସକାଳ ଠାରୁ ୨୨ ତାରିଖ ସକାଳ ସୁଦ୍ଧା ଆଗାମୀ ୩ ଦିନ ମଧ୍ୟରେ କୁଆପଥରଝଡ଼, ବଜ୍ରପାତ ଏବଂ ପବନର ସମ୍ଭାବନା ନେଇ ରାଜ୍ୟର କେତେକ ଜିଲ୍ଲାକୁ ଚେତାବନୀ ଜାରି କରିଛି ପାଣିପାଗ ବିଭାଗ । ଏହା ବ୍ୟତୀତ ୨୨ ତାରିଖ ସକାଳ ଠାରୁ ୨୬ ତାରିଖ ସକାଳ ସୁଦ୍ଧା ଝଡ଼, ବଜ୍ରପାତ ଏବଂ ପବନର ସମ୍ଭାବନା ନେଇ କେତେକ ଜିଲ୍ଲାକୁ ଚେତାବନୀ ଜାରି ହୋଇଛି ।

ମାର୍ଚ୍ଚ ୧୯ ତାରିଖ ସକାଳ ଠାରୁ ୨୦ ତାରିଖ ସକାଳ ସୁଦ୍ଧା କୁଆପଥରଝଡ଼, ବଜ୍ରପାତ ଏବଂ ପବନର ସମ୍ଭାବନା ନେଇ ୪ ଜିଲ୍ଲା(ନୂଆପଡ଼ା, ବଲାଙ୍ଗିର, କନ୍ଧମାଳ, ଗଞ୍ଜାମ)କୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଥିବା ବେଳେ ଝଡ଼, ବଜ୍ରପାତ ଏବଂ ପବନର ସମ୍ଭାବନା ନେଇ ୬ ଜିଲ୍ଲା(ନବରଙ୍ଗପୁର, କଳାହାଣ୍ଡି, ରାୟଗଡ଼ା, ଗଜପତି, କୋରାପୁଟ, ମାଲକାନଗିରି)କୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଥିବା ଜିଲ୍ଲା ଗୁଡିକରେ ପବନର ବେଗ ଘଂଟା ପ୍ରତି ୫୦ରୁ ୬୦ କି.ମି. ରହିପାରେ ଏବଂ ୟେଲୋ ୱାର୍ଣ୍ଣିଂ ଜାରି ହୋଇଥିବା ଜିଲ୍ଲା ଗୁଡିକରେ ପବନର ବେଗ ଘଂଟା ପ୍ରତି ୩୦ରୁ ୪୦ କି.ମି. ରହିପାରେ ।

୨୦ ତାରିଖ ସକାଳ ଠାରୁ ୨୧ ତାରିଖ ସକାଳ ସୁଦ୍ଧା କୁଆପଥରଝଡ଼, ବଜ୍ରପାତ ଏବଂ ପବନର ସମ୍ଭାବନା ନେଇ ୬ ଜିଲ୍ଲା(ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ଝାରସୁଗୁଡ଼ା, ସମ୍ବଲପୁର, ବରଗଡ଼)କୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଥିବା ବେଳେ ୧୩ ଜିଲ୍ଲା(ଦେବଗଡ଼, ଅନୁଗୁଳ, ଢ଼େଙ୍କାନାଳ, ବୌଦ୍ଧ, ସୋନପୁର, ବଲାଙ୍ଗିର, ନୂଆପଡ଼ା, କନ୍ଧମାଳ, କଳାହାଣ୍ଡି, ନବରଙ୍ଗପୁର, ରାୟଗଡ଼ା, କୋରାପୁଟ, ମାଲକାନଗିରି)କୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଥିବା ଜିଲ୍ଲା ଗୁଡିକରେ ପବନର ବେଗ ଘଂଟା ପ୍ରତି ୫୦ରୁ ୬୦ କି.ମି. ରହିପାରେ ଏବଂ ୟେଲୋ ୱାର୍ଣ୍ଣିଂ ଜାରି ହୋଇଥିବା ଜିଲ୍ଲା ଗୁଡିକରେ ପବନର ବେଗ ଘଂଟା ପ୍ରତି ୩୦ରୁ ୪୦ କି.ମି. ରହିପାରେ ।

ସେହିପରି ୨୧ ତାରିଖ ସକାଳ ଠାରୁ ୨୨ ତାରିଖ ସକାଳ ସୁଦ୍ଧା କୁଆପଥରଝଡ଼, ବଜ୍ରପାତ ଏବଂ ପବନର ସମ୍ଭାବନା ନେଇ ୬ ଜିଲ୍ଲା(କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା)କୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଥିବା ବେଳେ ୬ ଜିଲ୍ଲା(ସୁନ୍ଦରଗଡ଼, ଦେବଗଡ଼, ଅନୁଗୁଳ, ଢ଼େଙ୍କାନାଳ, କଟକ, ଜଗତସିଂହପୁର)କୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଥିବା ଜିଲ୍ଲା ଗୁଡିକରେ ପବନର ବେଗ ଘଂଟା ପ୍ରତି ୫୦ରୁ ୬୦ କି.ମି. ରହିପାରେ ଏବଂ ୟେଲୋ ୱାର୍ଣ୍ଣିଂ ଜାରି ହୋଇଥିବା ଜିଲ୍ଲା ଗୁଡିକରେ ପବନର ବେଗ ଘଂଟା ପ୍ରତି ୩୦ରୁ ୪୦ କି.ମି. ରହିପାରେ ।

ଅନୁରୂପ ଭାବେ ଝଡ଼, ବଜ୍ରପାତ ଏବଂ ପବନର ସମ୍ଭାବନା ନେଇ ୨୨ ତାରିଖ ସକାଳ ଠାରୁ ୨୩ ତାରିଖ ସକାଳ ସୁଦ୍ଧା ୭ ଜିଲ୍ଲା(ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର)କୁ ୟେଲୋ ୱାର୍ଣ୍ଣିଂ, ୨୩ ତାରିଖ ସକାଳ ଠାରୁ ୨୪ ତାରିଖ ସକାଳ ସୁଦ୍ଧା ୫ (ମୟୂରଭଞ୍ଜ, କେନ୍ଦୁଝର, ନବରଙ୍ଗପୁର, କୋରାପୁଟ, ମାଲକାନଗିରି)ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ, ୨୪ ତାରିଖ ସକାଳ ଠାରୁ ୨୫ ତାରିଖ ସକାଳ ସୁଦ୍ଧା ୨ ଜିଲ୍ଲା(ମୟୂରଭଞ୍ଜ, କେନ୍ଦୁଝର)କୁ ୟେଲୋ ୱାର୍ଣ୍ଣିଂ ଏବଂ ୨୫ ତାରିଖ ସକାଳ ଠାରୁ ୨୬ ତାରିଖ ସକାଳ ସୁଦ୍ଧା ୨ ଜିଲ୍ଲା(ମୟୂରଭଞ୍ଜ, କେନ୍ଦୁଝର)କୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ୟେଲୋ ୱାର୍ଣ୍ଣିଂ ଜାରି ହୋଇଥିବା ଜିଲ୍ଲା ଗୁଡିକରେ ପବନର ବେଗ ଘଂଟା ପ୍ରତି ୩୦ରୁ ୪୦ କି.ମି. ରହିପାରେ । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଗୁରୁବାର ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।

ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ


 rajesh pande