
ଭୁବନେଶ୍ୱର, ୧୯ ମାର୍ଚ୍ଚ (ହି.ସ.)- ଗତ ୨୪ ଘଂଟା ମଧ୍ୟରେ ରାଜ୍ୟର କେତେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇଛି । କୋରାପୁଟ ଜିଲ୍ଲାର ବୋରିଗୁମ୍ମାରେ ସର୍ବାଧିକ ୫୭.୪ ମି.ମି. ବର୍ଷା ରେକର୍ଡ଼ ହୋଇଛି ।
ସେହିପରି ସମ୍ବଲପୁର ଜିଲ୍ଲାର କୁଚିଣ୍ଡାରେ ୪୪.୦ ମି.ମି., ନବରଙ୍ଗପୁର ଜିଲ୍ଲାର ଡାବୁଗାଁରେ ୪୩.୨ ମି.ମି., କୋରାପୁଟ ଜିଲ୍ଲାର ଲମତାପୁଟରେ ୩୪.୦ ମି.ମି., କଳାହାଣ୍ଡି ଜିଲ୍ଲାର କଲମପୁରରେ ୨୬.୨ ମି.ମି., କୋରାପୁଟ ଜିଲ୍ଲାର କୋଟପାଡରେ ୨୫.୦ ମି.ମି., ମାଲକାନଗିରି ଜିଲ୍ଲାର କୋରୁକୁଣ୍ଡାରେ ୨୫.୦ ମି.ମି., ସୋନପୁର ଜିଲ୍ଲାର ବୀରମହାରାଜପୁରରେ ୨୪.୦ ମି.ମି., କନ୍ଧମାଳ ଜିଲ୍ଲାର କଳିଙ୍ଗାରେ ୨୨.୦ ମି.ମି., କଳାହାଣ୍ଡି ଜିଲ୍ଲାର ଧର୍ମଗଡ଼ରେ ୧୮.୨ ମି.ମି., ନବରଙ୍ଗପୁର ଜିଲ୍ଲାର ନବରଙ୍ଗପୁରରେ ୧୮.୨ ମି.ମି., ସମ୍ବଲପୁର ଜିଲ୍ଲାର ବାମରାରେ ୧୭.୨ ମି.ମି. ଏବଂ ସୋନପୁର ଜିଲ୍ଲାର ସୋନପୁରରେ ୧୭.୨ ମି.ମି. ବର୍ଷା ରେକର୍ଡ଼ ହୋଇଛି । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଗୁରୁବାର ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।
ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ