ଅମିତ୍ ଶାହଙ୍କ ଓଡ଼ିଶା ଗସ୍ତ ନେଇ ବଡ ବୈଠକ
ଭୁବନେଶ୍ୱର ,୦୨ ମାର୍ଚ୍ଚ (ହି.ସ)- କେନ୍ଦ୍ର ସ୍ୱରାଷ୍ଟ୍ର ମନ୍ତ୍ରୀ ଅମିତ୍ ଶାହଙ୍କ ଓଡ଼ିଶା ଗସ୍ତ ପାଇଁ ଡିଜିପିଙ୍କ ଅଧ୍ୟକ୍ଷତାରେ ବୈଠକ ଅନୁଷ୍ଠିତ ହୋଇଯାଇଛି। ସୋମବାର ପୋଲିସ ଡିଜି ୱାଇ ବି ଖୁରାନିଆଙ୍କ କ୍ୟାମ୍ପ ଅଫିସର ବଡ ବୈଠକ ଅନୁଷ୍ଠିତ ହୋଇଥିଲା। ବୈଠକରେ ଆଇନଶୃଙ୍ଖଳା କ୍ରାଇମବ୍ରାଂଚ ଡିଜି ବିନୟ
Amit shah


ଭୁବନେଶ୍ୱର ,୦୨ ମାର୍ଚ୍ଚ (ହି.ସ)- କେନ୍ଦ୍ର ସ୍ୱରାଷ୍ଟ୍ର ମନ୍ତ୍ରୀ ଅମିତ୍ ଶାହଙ୍କ ଓଡ଼ିଶା ଗସ୍ତ ପାଇଁ ଡିଜିପିଙ୍କ ଅଧ୍ୟକ୍ଷତାରେ ବୈଠକ ଅନୁଷ୍ଠିତ ହୋଇଯାଇଛି। ସୋମବାର ପୋଲିସ ଡିଜି ୱାଇ ବି ଖୁରାନିଆଙ୍କ କ୍ୟାମ୍ପ ଅଫିସର ବଡ ବୈଠକ ଅନୁଷ୍ଠିତ ହୋଇଥିଲା। ବୈଠକରେ ଆଇନଶୃଙ୍ଖଳା କ୍ରାଇମବ୍ରାଂଚ ଡିଜି ବିନୟତୋଷ ମିଶ୍ର, ଏଡିଜି ସଞ୍ଜୟ କୁମାର, ଗୁଇନ୍ଦା ନିର୍ଦ୍ଦେଶକ ଆର ପି କୋଚେ, ଉପକୂଳ ସୁରକ୍ଷା ଏଡିଜି ଅରୁଣ ବୋଥ୍ରା, ଆଇଜି ଟ୍ରେନିଂ ଅନୁପ ସାହୁ ପ୍ରମୁଖ ଉପସ୍ଥିତ ଥିଲେ ।

ସୂଚନାଯୋଗ୍ୟ ଯେ ଅମିତ୍ ଶାହ ମାର୍ଚ୍ଚ ୫ ତାରିଖ ସଂଧ୍ୟାରେ ସ୍ୱତନ୍ତ୍ର ବାୟୁସେନା ବିମାନରେ ନୂଆଦିଲ୍ଲୀରୁ ଆସି ଓଡିଶାରେ ପହଂଚିବେ। ୬ ତାରିଖ ସକାଳେ କଟକ ମୁଣ୍ଡଳୀସ୍ଥିତ ସି.ଆଇ.ଏସ.ଏଫର ପ୍ରତିଷ୍ଠା ଦିବସ କାର୍ଯ୍ୟକ୍ରମରେ ଯୋଗଦେବେ । ଅପରାହ୍ଣରେ ଜଟଣୀ ଠାରେ ଜାତୀୟ ଫୋରେନସିକ୍ ବିଜ୍ଞାନ ବିଶ୍ୱବିଦ୍ୟାଳୟ ଏବଂ କେନ୍ଦ୍ରୀୟ ଫୋରେନସିକ୍ ବିଜ୍ଞାନ ପରୀକ୍ଷାଗାର, ଭୁବନେଶ୍ୱର କ୍ୟାମ୍ପସ ପାଇଁ ଭୂମି ପୂଜନ କରିବେ। ସେଦିନ ଅପରାହ୍ଣରେ ଭୁବନେଶ୍ୱର ଇଡକୋ ପ୍ରଦର୍ଶନୀ ପଡ଼ିଆରେ ନ୍ୟାୟ ସଂହିତା ପ୍ରଦର୍ଶନୀକୁ ଉଦଘାଟନ କରିବାର କାର୍ଯ୍ୟକ୍ରମ ରହିଛି ।

---------------

ହିନ୍ଦୁସ୍ଥାନ ସମାଚାର / ବନ୍ଦନା


 rajesh pande