
ଖୋର୍ଦ୍ଧା, ୨ ମାର୍ଚ୍ଚ (ହି.ସ.)- ସ୍ଥାନୀୟ ଜିଲ୍ଲା ପରିଷଦ ସମ୍ମିଳନୀ କକ୍ଷରେ ସୋମବାର ଜିଲ୍ଲାପାଳ ଏବଂ ଜିଲ୍ଲା ମାଜିଷ୍ଟ୍ରେଟ ଅମ୍ରିତ୍ ଋତୁରାଜ ଏବଂ ଆରକ୍ଷୀ ଅଧିକ୍ଷକ ବିବେକାନନ୍ଦ ଶର୍ମାଙ୍କ ମିଳିତ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି l ଉକ୍ତ ଜନଶୁଣାଣି ଶିବିରରେ ଅତିରିକ୍ତ ଜିଲ୍ଲାପାଳ(ପ୍ରଶାସନ) ପ୍ରତାପ ଚନ୍ଦ୍ର ବେଉରା, ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ, ଜିଲ୍ଲା ପରିଷଦ ଜ୍ୟୋତି ଶଙ୍କର ସାହୁ , ଉପଜିଲ୍ଲାପାଳ ସଂକଳ୍ପ ସ୍ଵସ୍ତିକ ସାହୁ,ଜିଲ୍ଲା ମୁଖ୍ୟ ଚିକିତ୍ସା ଓ ଜନସ୍ୱାସ୍ଥ୍ୟ ଅଧିକାରୀ ଡାକ୍ତର ସଞ୍ଜୟ ଚନ୍ଦ୍ର ରାୟ ପ୍ରମୁଖ ଯୋଗଦେଇଥିଲେ l ଜିଲ୍ଲାପାଳ ଏବଂ ଜିଲ୍ଲା ମାଜିଷ୍ଟ୍ରେଟ କହିଲେ ଯେ, ଜନ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ସୁଶାସନ ବ୍ୟବସ୍ଥାର ଏକ ପ୍ରମୁଖ ଅଙ୍ଗ, ଏଣୁ ପ୍ରତ୍ୟେକ ଅଧିକାରୀ ନିଜ କାର୍ଯ୍ୟାଳୟ ଅଧୀନ କୌଣସି ଅଭିଯୋଗର ସମାଧାନକୁ ସ୍ଥଗିତ ନରଖି ସମାଧାନ ତ୍ୱରାନ୍ୱିତ କରିବାକୁ ନିର୍ଦେଶ ଦେଇଥିଲେ l ସମସ୍ତ ଅଭିଯୋଗ ଗୁଡ଼ିକୁ ସରକାର ଏବଂ ଜିଲ୍ଲା ପ୍ରଶାସନ ନିୟମାନୁସାରେ ସମାଧାନ କରିବାକୁ ନିର୍ଦ୍ଦେଶ ଦେଇଥିଲେ l ଆଜିର ଅଭିଯୋଗ ଶୁଣାଣିରେ ମୋଟ୍ ୬୮ଟି ଅଭିଯୋଗ ଆସିଥିବାବେଳେ ତନ୍ମଧ୍ୟରୁ ବ୍ୟକ୍ତିଗତ ଅଭିଯୋଗ ୫୮ଟି ଏବଂ ଗ୍ରାମୀଣ ସମସ୍ୟା ଜନିତ ୧୦ଟି ଅଭିଯୋଗ ଆସିଥିଲା l ଜିଲ୍ଲାପାଳ ଏବଂ ଜିଲ୍ଲା ମାଜିଷ୍ଟ୍ରେଟ ତତ୍କାଳ ୯ଟି ଅଭିଯୋଗର ସମାଧାନ କରିଥିବା ବେଳେ ଅନ୍ୟ ଅଭିଯୋଗ ଗୁଡ଼ିକୁ ସଂପୃକ୍ତ ବିଭାଗୀୟ ଅଧିକାରୀଙ୍କୁ ଯଥାଶୀଘ୍ର ସମାଧାନ କରିବାକୁ ନିର୍ଦ୍ଦେଶ ଦେଇଥିଲେ l
ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମରେ ଆସିଷ୍ଟାଣ୍ଟ କଲେକ୍ଟର, ଅଭିଯୋଗ ଭୁବନେଶ୍ଵରୀ କଅଁର, ସମସ୍ତ ବି ଡି ଓ, ତହସିଲଦାରଙ୍କ ସମେତ ବିଭିନ୍ନ ବିଭାଗର ଜିଲ୍ଲା ସ୍ତରୀୟ ଅଧିକାରୀ, ବିଭିନ୍ନ ଲାଇନ୍ ଡିପାର୍ଟମେଣ୍ଟ ଅଧିକାରୀ ମାନେ ଯୋଗଦେଇଥିଲେ l
ହିନ୍ଦୁସ୍ଥାନ ସମାଚାର / ରାକେଶ