



ସୁବର୍ଣ୍ଣପୁର, ୦୨ ମାର୍ଚ୍ଚ (ହି.ସ.) - ସୁବର୍ଣ୍ଣପୁର ଜିଲ୍ଲା ସୋନପୁର ବ୍ଲକ ସ୍ତରୀୟ ମିଳିତ ଅଭିଯୋଗ ଶୁଣାଣି ଓ ଉପଶମ ଶିବିର ସୋନପୁର ପଂଚାୟତ ସମିତି ସଭା ଗୃହ ଠାରେ ଅନୁଷ୍ଠିତ ହୋଇଯାଇଛି । ଏହି ଯୁଗ୍ମ ଅଭିଯୋଗ ଶୁଣାଣିରେ ଅତିରିକ୍ତ ଜିଲ୍ଲାପାଳ, ରାଜେନ୍ଦ୍ର ମାଝୀ ଓ ଅତିରିକ୍ତ ଆରକ୍ଷୀ ଅଧିକ୍ଷକ, ପ୍ରତାପ କୁମାର ରଣା ଯୁଗ୍ମ ଅଭିଯୋଗ ଶୁଣାଣି ଶିବିରରେ ଯୋଗଦାନ କରି ଜନସାଧାରଣଙ୍କ ବିଭିନ୍ନ ଆପତି ଓ ସମସ୍ୟା ନିହିତ ସର୍ବମୋଟ ୩୭( ସଇଁତିରିଶ) ଗୋଟି ପଞ୍ଜିକୃତ ଅଭିଯୋଗ ଦରଖାସ୍ତ ଗ୍ରହଣ କରିଥିଲେ। ତନ୍ମଧ୍ୟରୁ ୩୪ ( ଚଉତିରିଶ) ଗୋଟି ଦରଖାସ୍ତ ବ୍ୟକ୍ତିଗତ ରହିଥିବା ବେଳେ ୦୩ (ତିନି) ଗୋଟି ସାମୁହିକ ଦରଖାସ୍ତ ହସ୍ତଗତ ହୋଇଥିଲା। ୦୧ (ଏକ) ଗୋଟି ଦରଖାସ୍ତ ତୁରନ୍ତ ଅଭିଯୋଗ ଶୁଣାଣି ସମୟରେ ଫଏସଲା ହୋଇଥିଲା। ଅବଶିଷ୍ଟ ସମସ୍ତ ସାମୁହିକ ଓ ବ୍ୟକ୍ତିଗତ ଅଭିଯୋଗ ଦରଖାସ୍ତ ଗୁଡିକୁ ନିର୍ଦ୍ଧିଷ୍ଟ ସମୟ ମଧ୍ୟରେ ସମାଧାନ କରିବା ପାଇଁ ସମ୍ପୃକ୍ତ ବିଭାଗର ଅଧିକାରୀଙ୍କୁ ପ୍ରଦାନ କରାଯାଇଛି। ଗୋଷ୍ଠୀ ଉନ୍ନୟନ ଅଧିକାରୀ, ସୋନପୁର, ପ୍ରତୀକ କୁମାର କରଙ୍କ ତତ୍ୱାବଧାନରେ ଅନୁଷ୍ଠିତ ହୋଇଥିଲା। ଏହି ଯୁଗ୍ମ ଅଭିଯୋଗ ଶୁଣାଣି ଶିବିରରେ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ, ଜିଲ୍ଲା ପରିଷଦ, ସୁବର୍ଣ୍ଣପୁର, ଅଶ୍ୱିନୀ କୁମାର ମେହେର, ଉପ - ଜିଲ୍ଲାପାଳ, ସୋନପୁର, ଡ. ସୌମ୍ୟରୂପା ତଥା,ଡେପୁଟି କଲେକ୍ଟର, ଅଭିଯୋଗ ଶୁଣାଣୀ, ପ୍ରିୟଦର୍ଶିନୀ ସାହୁଙ୍କ ସମେତ ତହସିଲଦାର, ସୋନପୁର, ସ୍ୱର୍ଣ୍ଣରେଖା ଜି, ତଥା ବିଭିନ୍ନ ଜିଲ୍ଳା ସ୍ତରୀୟ ଅଧିକାରୀ, ତହସିଲ ଓ ବ୍ଲକ ସ୍ତରୀୟ ଅଧିକାରୀ,କର୍ମଚାରୀ ବୃନ୍ଦଙ୍କ ସମେତ ଜିଲ୍ଲା ପଂଚାୟତ ଅଧିକାରୀ ତଥା ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ, ସୁବର୍ଣ୍ଣପୁର, ଅର୍ଜୁନ ମାଝୀଙ୍କ ସହିତ ବିଭିନ୍ନ ସମ୍ବାଦ ପତ୍ରର ସାମ୍ବାଦିକ ଓ ବୈଦ୍ୟୁତିକ ଗଣମାଧ୍ୟମର ପ୍ରତିନିଧି ମାନେ ଯୋଗଦାନ କରିଥିଲେ।
ହିନ୍ଦୁସ୍ଥାନ ସମାଚାର / ଗୋପବନ୍ଧୁ