ରାଜନଗରରେ ଯୁଗ୍ନ ଅଭିଯୋଗ ଶୁଣାଣି ଶିବିର
କେନ୍ଦ୍ରାପଡା, ୨ ମାର୍ଚ୍ଚ (ହି.ସ.)- ରାଜନଗର ବ୍ଲକ ଠାରେ ଜିଲ୍ଲାପାଳ ଏବଂ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି । ଆଜିର ଶିବିରରେ ମୋଟ ୧୨୫ଟି ଅଭିଯୋଗ ପଞ୍ଜିକୃତ ହୋଇଥିଲା ବେଳେ ସେଥି ମଧ୍ୟରୁ ୧୧୫ଟି ବ୍ୟକ୍ତିଗତ ଏବଂ ୧୦ଟି ସାମୁହିକ ଅଭିଯୋଗ ପଞ୍ଜିକୃତ ହୋଇଥିଲା
-------ରାଜନଗର ରେ ଯୁଗ୍ନ ଅଭିଯୋଗ ଶୁଣାଣି ଶିବିର


କେନ୍ଦ୍ରାପଡା, ୨ ମାର୍ଚ୍ଚ (ହି.ସ.)- ରାଜନଗର ବ୍ଲକ ଠାରେ ଜିଲ୍ଲାପାଳ ଏବଂ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି । ଆଜିର ଶିବିରରେ ମୋଟ ୧୨୫ଟି ଅଭିଯୋଗ ପଞ୍ଜିକୃତ ହୋଇଥିଲା ବେଳେ ସେଥି ମଧ୍ୟରୁ ୧୧୫ଟି ବ୍ୟକ୍ତିଗତ ଏବଂ ୧୦ଟି ସାମୁହିକ ଅଭିଯୋଗ ପଞ୍ଜିକୃତ ହୋଇଥିଲା । ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୪ ଜଣଙ୍କୁ ୨୦ ହଜାର ଟଙ୍କା ଲେଖାଏଁ ଆର୍ଥିକ ସହାୟତା ପ୍ରଦାନ କରାଯାଇଛି ।୧୪ଟି ଅଭିଯୋଗର ତୁରନ୍ତ ସମାଧାନ ହୋଇଥିଲା । ପଞ୍ଜିକୃତ ଅଭିଯୋଗଗୁଡିକର ତୁରନ୍ତ ସମାଧାନ କରିବାକୁ ଜିଲ୍ଲାପାଳ ସମସ୍ତ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଛନ୍ତି । ପରେ ଜିଲ୍ଲାପାଳ, ପୂର୍ବରୁ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିରରେ ପଞ୍ଜିକୃତ ହୋଇଥିବା ଅଭିଯୋଗ ଗୁଡିକର ସମୀକ୍ଷା କରିଥିଲେ । ଯୁଗ୍ମ ଅଭିଯୋଗ ଶୁଣାଣି ଶିବିରରେ ଜିଲ୍ଲାପାଳ ରଘୁରାମ ଆର.ଆୟର, ଆରକ୍ଷୀ ଅଧିକ୍ଷକ ସିଦ୍ଧାର୍ଥ କଟାରିଆ, ଜିଲ୍ଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ଅଜାମ୍ବର ମହାନ୍ତି, ଅତିରିକ୍ତ ଜିଲ୍ଲାପାଳ ନବକୃଷ୍ଣ ଜେନା, ଉପଜିଲ୍ଲାପାଳ ଅରୁଣ କୁମାର ନାୟକଙ୍କ ସମେତ ରାଜନଗର ପଞ୍ଚାୟତ ସମିତି ଅଧ୍ୟକ୍ଷା, ବିଡ଼ିଓ, ତହସିଲଦାରଓ ଜିଲ୍ଲାସ୍ତରୀୟଅଧିକାରୀମାନେ ଉପସ୍ଥିତ ଥିଲେ ।

ଆସନ୍ତା ତା ୯.୦୩ .୨୦୨୬ ରିଖରେ ଜିଲ୍ଲାପରିଷଦ ସମିଳନୀ କକ୍ଷ, ତା ୧୬.୦୩.୨୦୨୬ ରିଖରେ ପଟ୍ଟାମୁଣ୍ଡାଇ ପଞ୍ଚାୟତ ସମିତି କାର୍ୟ୍ୟ।ଳୟ, ୨୩ ତାରିଖରେ ରାଜକନିକା ପଞ୍ଚାୟତ ସମିତି କାର୍ୟ୍ୟ।ଳୟରେ ଓ ୩୦ ତାରିଖରେ ମାର୍ଶାଘାଇ ପଞ୍ଚାୟତ ସମିତି କାର୍ୟ୍ୟ।ଳୟରେ ଜିଲ୍ଲାପାଳ ଏବଂ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ।

ହିନ୍ଦୁସ୍ଥାନ ସମାଚାର / ରବି


 rajesh pande