ଗଂଜାମ ଜିଲ୍ଲାରେ ୫ ମୃତକଙ୍କ ପରିବାର ପାଇଁ ମୁଖ୍ୟମନ୍ତ୍ରୀଙ୍କ ସହାୟତା ଘୋଷଣା
ଭୁବନେଶ୍ୱର, ୨୦ ମାର୍ଚ୍ଚ (ହି.ସ)- ଗଞ୍ଜାମ ଜିଲ୍ଲା ପାତ୍ରପୁର ତହସିଲର ନରସିଂହ ପ୍ରଧାନ (ପିତା - ଈଶ୍ୱର ପ୍ରଧାନ), ସନ୍ତୋଷ ବଡ଼ତ୍ୟା (ପିତା - ସତ୍ୟ ବଡ଼ତ୍ୟା ) ଙ୍କର ଦୁଃଖଦ ଘଟଣାରେ ପ୍ରାଣହାନି ସମ୍ପର୍କରେ ଜାଣି ମୁଖ୍ୟମନ୍ତ୍ରୀ ଗଭୀର ଶୋକ ପ୍ରକାଶ କରିବା ସହ ମୃତକଙ୍କ ପରିବାରବର୍ଗଙ୍କ ପ୍ରତି ସମବେଦନ
mohan majhi


ଭୁବନେଶ୍ୱର, ୨୦ ମାର୍ଚ୍ଚ (ହି.ସ)- ଗଞ୍ଜାମ ଜିଲ୍ଲା ପାତ୍ରପୁର ତହସିଲର ନରସିଂହ ପ୍ରଧାନ (ପିତା - ଈଶ୍ୱର ପ୍ରଧାନ), ସନ୍ତୋଷ ବଡ଼ତ୍ୟା (ପିତା - ସତ୍ୟ ବଡ଼ତ୍ୟା ) ଙ୍କର ଦୁଃଖଦ ଘଟଣାରେ ପ୍ରାଣହାନି ସମ୍ପର୍କରେ ଜାଣି ମୁଖ୍ୟମନ୍ତ୍ରୀ ଗଭୀର ଶୋକ ପ୍ରକାଶ କରିବା ସହ ମୃତକଙ୍କ ପରିବାରବର୍ଗଙ୍କ ପ୍ରତି ସମବେଦନା ଜଣାଇଛନ୍ତି। ସେହିପରି ଗଞ୍ଜାମ ଜିଲ୍ଲା ସୋରଡ଼ା ତହସିଲର ଶଙ୍କର ଗୌଡ଼ (ପିତା - କିଶୋର ଗୌଡ଼), ସିଲୁ ମୁଳି (ପିତା -ବନମାଳୀ ମୁଳି), ଟୁଲୁ ଗୌଡ଼ (ପିତା -ପ୍ରଫୁଲ୍ଲ ଗୌଡ଼) ଙ୍କର ଦୁଃଖଦ ଦୁର୍ଘଟଣାରେ ପ୍ରାଣହାନି ସମ୍ପର୍କରେ ଜାଣି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଗଭୀର ଶୋକ ପ୍ରକାଶ କରିବା ସହ ମୃତକଙ୍କ ପରିବାର ବର୍ଗଙ୍କ ପ୍ରତି ସମବେଦନା ଜଣାଇଛନ୍ତି। ଏଥିସହ ପ୍ରତି ମୃତକମାନଙ୍କ ପରିବାରର ନିକଟତମ ଆତ୍ମୀୟଙ୍କ ପାଇଁ ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୪ ଲକ୍ଷ ଟଙ୍କା ଲେଖାଏଁ ସହାୟତା ଘୋଷଣା କରିଛନ୍ତି ।

---------------

ହିନ୍ଦୁସ୍ଥାନ ସମାଚାର / ବନ୍ଦନା


 rajesh pande