

ଭୁବନେଶ୍ୱର, ୨୦ ମାର୍ଚ୍ଚ (ହି.ସ.)- ମାର୍ଚ୍ଚ ୨୦ ତାରିଖ ସକାଳ ଠାରୁ ୨୨ ତାରିଖ ସକାଳ ସୁଦ୍ଧା ଆଗାମୀ ୨ ଦିନ ମଧ୍ୟରେ କୁଆପଥରଝଡ଼, ବଜ୍ରପାତ ଏବଂ ପବନର ସମ୍ଭାବନା ନେଇ ରାଜ୍ୟର କେତେକ ଜିଲ୍ଲାକୁ ଚେତାବନୀ ଜାରି କରିଛି ପାଣିପାଗ ବିଭାଗ । ଏହାର ପରବର୍ତୀ ୨୪ ଘଂଟା ଅର୍ଥାତ୍ ୨୨ ତାରିଖ ସକାଳ ଠାରୁ ୨୩ ତାରିଖ ସକାଳ ସୁଦ୍ଧା ଝଡ଼, ବଜ୍ରପାତ ଏବଂ ପବନର ସମ୍ଭାବନା ନେଇ କେତେକ ଜିଲ୍ଲାକୁ ଚେତାବନୀ ଜାରି ହୋଇଛି । ପରବର୍ତୀ ୪ ଦିନ ପାଇଁ କୌଣସି ଚେତାବନୀ ନାହିଁ ।
ମାର୍ଚ୍ଚ ୨୦ ତାରିଖ ସକାଳ ଠାରୁ ୨୧ ତାରିଖ ସକାଳ ସୁଦ୍ଧା କୁଆପଥରଝଡ଼, ବଜ୍ରପାତ ଏବଂ ପବନର ସମ୍ଭାବନା ନେଇ ୧୦ ଜିଲ୍ଲା(ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଝାରସୁଗୁଡ଼ା, ସମ୍ବଲପୁର, ବରଗଡ଼, କୋରାପୁଟ, ମାଲକାନଗିରି)କୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଥିବା ବେଳେ ଝଡ଼, ବଜ୍ରପାତ ଏବଂ ପବନର ସମ୍ଭାବନା ନେଇ ୧୫ ଜିଲ୍ଲା(କେନ୍ଦ୍ରାପଡ଼ା, ଜଗତସିଂହପୁର, ଯାଜପୁର, କଟକ, ଢ଼େଙ୍କାନାଳ, ଅନୁଗୁଳ, ଦେବଗଡ଼, ବୌଦ୍ଧ, ସୋନପୁର, ବଲାଙ୍ଗିର, ନୂଆପଡା, କନ୍ଧମାଳ, କଳାହାଣ୍ଡି, ନବରଙ୍ଗପୁର, ରାୟଗଡ଼ା)କୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଥିବା ଜିଲ୍ଲା ଗୁଡିକରେ ପବନର ବେଗ ଘଂଟା ପ୍ରତି ୫୦ରୁ ୬୦ କି.ମି. ରହିପାରେ ଏବଂ ୟେଲୋ ୱାର୍ଣ୍ଣିଂ ଜାରି ହୋଇଥିବା ଜିଲ୍ଲା ଗୁଡିକରେ ପବନର ବେଗ ଘଂଟା ପ୍ରତି ୩୦ରୁ ୪୦ କି.ମି. ରହିପାରେ ।
ସେହିପରି ୨୧ ତାରିଖ ସକାଳ ଠାରୁ ୨୨ ତାରିଖ ସକାଳ ସୁଦ୍ଧା କୁଆପଥରଝଡ଼, ବଜ୍ରପାତ ଏବଂ ପବନର ସମ୍ଭାବନା ନେଇ ୨ ଜିଲ୍ଲା(ମୟୂରଭଞ୍ଜ,ବାଲେଶ୍ୱର)କୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଥିବା ବେଳେ ୪ ଜିଲ୍ଲା(କେନ୍ଦ୍ରାପଡ଼ା, ଭଦ୍ରକ, ଯାଜପୁର, କେନ୍ଦୁଝର)କୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଥିବା ଜିଲ୍ଲା ଗୁଡିକରେ ପବନର ବେଗ ଘଂଟା ପ୍ରତି ୫୦ରୁ ୬୦ କି.ମି. ରହିପାରେ ଏବଂ ୟେଲୋ ୱାର୍ଣ୍ଣିଂ ଜାରି ହୋଇଥିବା ଜିଲ୍ଲା ଗୁଡିକରେ ପବନର ବେଗ ଘଂଟା ପ୍ରତି ୩୦ରୁ ୪୦ କି.ମି. ରହିପାରେ ।
ଅନୁରୂପ ଭାବେ ୨୨ ତାରିଖ ସକାଳ ଠାରୁ ୨୩ ତାରିଖ ସକାଳ ସୁଦ୍ଧା ଝଡ଼, ବଜ୍ରପାତ ଏବଂ ପବନର ସମ୍ଭାବନା ନେଇ ୨ ଜିଲ୍ଲା(ମୟୂରଭଞ୍ଜ, କେନ୍ଦୁଝର)କୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ପରବର୍ତୀ ୪ ଦିନ ଅର୍ଥାତ୍ ମାର୍ଚ୍ଚ ୨୩ ତାରିଖ ସକାଳ ଠାରୁ ୨୭ ତାରିଖ ସକାଳ ପର୍ଯ୍ୟନ୍ତ କୌଣସି ଚେତାବନୀ ନାହିଁ ।
ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଶୁକ୍ରବାର ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।
ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ