
ଭୁବନେଶ୍ୱର, ୨୧ ମାର୍ଚ୍ଚ (ହି.ସ)- ବିଜେଡିରୁ ୬ ଜଣ ବିଧାୟକ ନିଲମ୍ବିତ ହୋଇଛନ୍ତି। ନିଲମ୍ବିତ ହୋଇଥିବା ବିଧାୟକ ମାନେ ହେଲେ ଚକ୍ରମଣି କହଁର, ନବ କିଶୋର ମଲ୍ଲିକ, ସୌଭିକ୍ ବିଶ୍ୱାଳ, ସୁବାସିନୀ ଜେନା, ରମାକାନ୍ତ ଭୋଇ ଓ ଦେବୀରଞ୍ଜନ ତ୍ରିପାଠୀ । ଦଳ ବିରୋଧୀ କାର୍ଯ୍ୟ ଓ ରାଜ୍ୟସଭା ନିର୍ବାଚନରେ କ୍ରସ୍ ଭୋଟିଂ ଅଭିଯୋଗରେ ସେମାନଙ୍କୁ ଦଳରୁ ନିଲମ୍ବନ କରାଯାଇଛି। ଶନିବାର ସନ୍ଧ୍ୟାରେ ଅନୁଷ୍ଠିତ ବିଜେଡିର ରାଜନୈତିକ ବ୍ୟାପାର କମିଟି ବୈଠକରେ ଏହି ନିଷ୍ୱତି ନିଆଯାଇଛି। ଅନ୍ୟପକ୍ଷରେ ବିରୋଧୀ ଦଳ ମୁଖ୍ୟ ସଚେତକ ପ୍ରମିଳା ମଲ୍ଲିକ କହିଛନ୍ତି ସେମାନଙ୍କ ସଭ୍ୟପଦ ରଦ୍ଦ ପାଇଁ ବାଚସ୍ପତିଙ୍କୁ ଚିଠି ଲେଖିବୁ।
---------------
ହିନ୍ଦୁସ୍ଥାନ ସମାଚାର / ବନ୍ଦନା