
ଭୁବନେଶ୍ୱର, ୨୧ ମାର୍ଚ୍ଚ (ହି.ସ.)- ମାର୍ଚ୍ଚ ୨୧ ତାରିଖ ସକାଳ ଠାରୁ ୨୩ ତାରିଖ ସକାଳ ଏବଂ ୨୫ ତାରିଖ ସକାଳ ଠାରୁ ୨୬ ତାରିଖ ସକାଳ ସୁଦ୍ଧା ଝଡ଼, ବଜ୍ରପାତ ଏବଂ ପବନର ସମ୍ଭାବନା ନେଇ ରାଜ୍ୟର କେତେକ ଜିଲ୍ଲାକୁ ଚେତାବନୀ ଜାରି କରିଛି ପାଣିପାଗ ବିଭାଗ ।
ଆଗାମୀ ୨୪ ଘଂଟା ମଧ୍ୟରେ ଝଡ଼, ବଜ୍ରପାତ ଏବଂ ପବନର ସମ୍ଭାବନା ନେଇ ୨ ଜିଲ୍ଲା(ମୟୂରଭଞ୍ଜ, ବାଲେଶ୍ୱର)କୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଥିବା ୧୦ ଜିଲ୍ଲା(ସୁନ୍ଦରଗଡ଼, କେନ୍ଦୁଝର, ଯାଜପୁର, ଭଦ୍ରକ, କେନ୍ଦ୍ରାପଡ଼ା, କନ୍ଧମାଳ, କଳାହାଣ୍ଡି, ନବରଙ୍ଗପୁର, କୋରାପୁଟ, ମାଲକାନଗିରି)କୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଅରେଞ୍ଜ ୱାର୍ଣ୍ଣିଂ ଜିଲ୍ଲା ଗୁଡିକରେ ପବନର ବେଗ ଘଂଟା ପ୍ରତି ୫୦ରୁ ୬୦ କି.ମି. ରହିପାରେ ଏବଂ ୟେଲୋ ୱାର୍ଣ୍ଣିଂ ଜାରି ହୋଇଥିବା ଜିଲ୍ଲା ଗୁଡିକରେ ପବନର ବେଗ ଘଂଟା ପ୍ରତି ୩୦ରୁ ୪୦ କି.ମି. ରହିପାରେ ।
ସେହିପରି ୨୨ ତାରିଖ ସକାଳ ଠାରୁ ୨୩ ତାରିଖ ସକାଳ ସୁଦ୍ଧା ଝଡ଼, ବଜ୍ରପାତ ଏବଂ ପବନର ସମ୍ଭାବନା ନେଇ ୨ ଜିଲ୍ଲା(ମୟୂରଭଞ୍ଜ, କେନ୍ଦୁଝର)କୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଏହା ବ୍ୟତୀତ ଝଡ଼, ବଜ୍ରପାତ ଏବଂ ପବନର ସମ୍ଭାବନା ନେଇ ୨୫ ତାରିଖ ସକାଳ ଠାରୁ ୨୬ ତାରିଖ ସକାଳ ସୁଦ୍ଧା ୫ ଜିଲ୍ଲା(ମୟୂରଭଞ୍ଜ, କେନ୍ଦୁଝର, କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର)କୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଶନିବାର ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।
ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ