
ଭୁବନେଶ୍ୱର, ୨୧ ମାର୍ଚ୍ଚ (ହି.ସ.)- ଗତ ୨୪ ଘଂଟା ମଧ୍ୟରେ ରାଜ୍ୟର କେତେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇଛି । ଝାରସୁଗୁଡ଼ା ଜିଲ୍ଲାର ଲଇକେରାରେ ସର୍ବାଧିକ ୧୦୪.୦ ମି.ମି. ବର୍ଷା ରେକର୍ଡ଼ ହୋଇଛି ।
ସେହିପରି ଝାରସୁଗୁଡ଼ା ଜିଲ୍ଲାର କିରମରାରେ ୯୬.୪ ମି.ମି., ମୟୂରଭଞ୍ଜ ଜିଲ୍ଲାର ଜାମଦାରେ ୭୪.୦ ମି.ମି., ସୁନ୍ଦରଗଡ଼ ଜିଲ୍ଲାର ରାଜଗାଙ୍ଗପୁରରେ ୭୦.୨ ମି.ମି., କୁତ୍ରାରେ ୬୦.୦ ମି.ମି., ମନ୍ଦିରାଡ୍ୟାମ୍ ରେ ୫୨.୦ ମି.ମି., ଗୁରୁଣ୍ଡିଆରେ ୪୮.୦ ମି.ମି., ମୟୂରଭଞ୍ଜ ଜିଲ୍ଲାର ନୱାନାରେ ୪୬.୨ ମି.ମି., ଜି.ବି. ନଗରରେ ୪୫.୦ ମି.ମି., ସୁନ୍ଦରଗଡ଼ ଜିଲ୍ଲାର ବରଗାଁରେ ୩୯.୪ ମି.ମି., ରାୟଗଡ଼ା ଜିଲ୍ଲାର କାଶୀପୁରରେ ୩୯.୦ ମି.ମି., ସମ୍ବଲପୁର ଜିଲ୍ଲାର କୁଚିଣ୍ଡାରେ ୩୩.୦ ମି.ମି. ଏବଂ କେନ୍ଦୁଝର ଜିଲ୍ଲାର କେନ୍ଦୁଝରଗଡ଼ରେ ୩୨.୨ ମି.ମି. ବର୍ଷା ରେକର୍ଡ଼ ହୋଇଛି । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଶନିବାର ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।
ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ