
ଭୁବନେଶ୍ୱର, ୨୨ ମାର୍ଚ୍ଚ (ହି.ସ.)- ମାର୍ଚ୍ଚ ୨୨ ତାରିଖ ସକାଳ ଠାରୁ ୨୩ ତାରିଖ ସକାଳ ଏବଂ ୨୬ ତାରିଖ ସକାଳ ଠାରୁ ୨୯ ତାରିଖ ସକାଳ ସୁଦ୍ଧା ଝଡ଼, ବଜ୍ରପାତ ଏବଂ ପବନର ସମ୍ଭାବନା ନେଇ ରାଜ୍ୟର କେତେକ ଜିଲ୍ଲାକୁ ଚେତାବନୀ ଜାରି କରିଛି ପାଣିପାଗ ବିଭାଗ ।
ଆଗାମୀ ୨୪ ଘଂଟା ମଧ୍ୟରେ ଝଡ଼, ବଜ୍ରପାତ ଏବଂ ପବନର ସମ୍ଭାବନା ନେଇ ୪ ଜିଲ୍ଲା (ମୟୂରଭଞ୍ଜ, ବାଲେଶ୍ୱର, କୋରାପୁଟ, ମାଲକାନଗିରି)କୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଏସବୁ ଜିଲ୍ଲାରେ ପବନର ବେଗ ଘଂଟା ପ୍ରତି ୩୦ରୁ ୪୦ କି.ମି. ରହିପାରେ ।
ସେହିପରି ୨୬ ତାରିଖ ସକାଳ ଠାରୁ ୨୭ ତାରିଖ ସକାଳ ସୁଦ୍ଧା ଝଡ଼, ବଜ୍ରପାତ ଏବଂ ପବନର ସମ୍ଭାବନା ନେଇ ୪ ଜିଲ୍ଲା (ବଲାଙ୍ଗିର, ନୂଆପଡ଼ା, କଳାହାଣ୍ଡି, ନବରଙ୍ଗପୁର)କୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଏସବୁ ଜିଲ୍ଲାରେ ପବନର ବେଗ ଘଂଟା ପ୍ରତି ୪୦ରୁ ୫୦ କି.ମି. ରହିପାରେ ।
ଅନୁରୂପ ଭାବେ ୨୭ ତାରିଖ ସକାଳ ଠାରୁ ୨୮ ତାରିଖ ସକାଳ ସୁଦ୍ଧା ଝଡ଼, ବଜ୍ରପାତ ଏବଂ ପବନର ସମ୍ଭାବନା ନେଇ ୧୩ ଜିଲ୍ଲା (ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, କଟକ, କେନ୍ଦ୍ରାପଡ଼ା, ଜଗତସିଂହପୁର, କନ୍ଧମାଳ, ରାୟଗଡ଼ା, ଗଞ୍ଜାମ, ଗଜପତି)କୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଏସବୁ ଜିଲ୍ଲାରେ ପବନର ବେଗ ଘଂଟା ପ୍ରତି ୪୦ରୁ ୫୦ କି.ମି. ରହିପାରେ ।
ଏହା ବ୍ୟତୀତ ୨୮ ତାରିଖ ସକାଳ ଠାରୁ ୨୯ ତାରିଖ ସକାଳ ସୁଦ୍ଧା ଝଡ଼, ବଜ୍ରପାତ ଏବଂ ପବନର ସମ୍ଭାବନା ନେଇ ୪ ଜିଲ୍ଲା (ମୟୂରଭଞ୍ଜ, ରାୟଗଡ଼ା, ଗଜପତି, କୋରାପୁଟ)କୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଏସବୁ ଜିଲ୍ଲାରେ ପବନର ବେଗ ଘଂଟା ପ୍ରତି ୩୦ରୁ ୪୦ କି.ମି. ରହିପାରେ । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ରବିବାର ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।
ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ