ଗତ ୨୪ ଘଂଟା ମଧ୍ୟରେ ରାଜ୍ୟର କେତେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା : ମୟୂରଭଞ୍ଜ ଜିଲ୍ଲାର ବେତନଟିରେ ସର୍ବାଧିକ ୩୦.୦ ମି.ମି. ବର୍ଷା ରେକର୍ଡ଼
ଭୁବନେଶ୍ୱର, ୨୨ ମାର୍ଚ୍ଚ (ହି.ସ.)- ଗତ ୨୪ ଘଂଟା ମଧ୍ୟରେ ରାଜ୍ୟର କେତେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇଛି । ମୟୂରଭଞ୍ଜ ଜିଲ୍ଲାର ବେତନଟିରେ ସର୍ବାଧିକ ୩୦.୦ ମି.ମି. ବର୍ଷା ରେକର୍ଡ଼ ହୋଇଛି । ସେହିପରି ବାଲେଶ୍ୱର ଜିଲ୍ଲାର ଭୋଗରାଇରେ ୨୭.୦ ମି.ମି., ମୟୂରଭଞ୍ଜ ଜିଲ୍ଲାର ଚନ୍ଦୁଆରେ
ଗତ ୨୪ ଘଂଟା ମଧ୍ୟରେ ରାଜ୍ୟର କେତେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା : ମୟୂରଭଞ୍ଜ ଜିଲ୍ଲାର ବେତନଟିରେ ସର୍ବାଧିକ ୩୦.୦ ମି.ମି. ବର୍ଷା ରେକର୍ଡ଼


ଭୁବନେଶ୍ୱର, ୨୨ ମାର୍ଚ୍ଚ (ହି.ସ.)- ଗତ ୨୪ ଘଂଟା ମଧ୍ୟରେ ରାଜ୍ୟର କେତେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇଛି । ମୟୂରଭଞ୍ଜ ଜିଲ୍ଲାର ବେତନଟିରେ ସର୍ବାଧିକ ୩୦.୦ ମି.ମି. ବର୍ଷା ରେକର୍ଡ଼ ହୋଇଛି ।

ସେହିପରି ବାଲେଶ୍ୱର ଜିଲ୍ଲାର ଭୋଗରାଇରେ ୨୭.୦ ମି.ମି., ମୟୂରଭଞ୍ଜ ଜିଲ୍ଲାର ଚନ୍ଦୁଆରେ ୨୭.୦ ମି.ମି., ବାରିପଦାରେ ୨୬.୦ ମି.ମି., ବାଙ୍ଗିରିପୋଷିରେ ୨୧.୮ ମି.ମି., ଜଗତସିଂହପୁର ଜିଲ୍ଲାର ବିରିଡ଼ିରେ ୧୮.୦ ମି.ମି., ମୟୂରଭଞ୍ଜ ଜିଲ୍ଲାର ଶାମାଖୁଂଟାରେ ୧୭.୦ ମି.ମି., ମୋରଡ଼ାରେ ୧୬.୦ ମି.ମି., ଭଦ୍ରକ ଜିଲ୍ଲାର ତିହିଡ଼ିରେ ୧୨.୦ ମି.ମି., ମୟୂରଭଞ୍ଜ ଜିଲ୍ଲାର ରାସଗୋବିନ୍ଦପୁରରେ ୧୨.୦ ମି.ମି., ଭଦ୍ରକ ଜିଲ୍ଲାର ବାସୁଦେବପୁରରେ ୯.୦ ମି.ମି., ମୟୂରଭଞ୍ଜ ଜିଲ୍ଲାର ଶୁଳିଆପଦାରେ ୯.୦ ମି.ମି. ଏବଂ ମାଲକାନଗିରି ଜିଲ୍ଲାର ମାଲକାନଗିରିରେ ୮.୪ ମି.ମି. ବର୍ଷା ରେକର୍ଡ଼ ହୋଇଛି । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ରବିବାର ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।

ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ


 rajesh pande