ଜିଲ୍ଲାପାଳଙ୍କ ଅଭିଯୋଗ ଶୁଣାଣି ଶିବିର
ନୂଆପଡ଼ା, ୨୩ ମାର୍ଚ୍ଚ (ହି.ସ.)- ନୂଆପଡ଼ା ଜିଲ୍ଲା ବୋଡ଼େନ ବ୍ଲକରେ ଜିଲ୍ଲାପାଳଙ୍କ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି l ଏହି ଶିବିରରେ ଜିଲ୍ଲାପାଳ ମଧୁସୂଦନ ଦାଶଙ୍କ ସହ ଖଡ଼ିଆଳ ବନଖଣ୍ଡ ଅଧିକାରୀ ଅଜିଜ ଖାନ, ଖଡ଼ିଆଳ କେନ୍ଦୁପତ୍ର ବନଖଣ୍ଡ ଅଧିକାରୀ କେ ମାଧବୀଲତା, ଆଇଏଫଏସ୍ ପ୍ରୋବେଶନର ଅ
Collector grivance


ନୂଆପଡ଼ା, ୨୩ ମାର୍ଚ୍ଚ (ହି.ସ.)- ନୂଆପଡ଼ା ଜିଲ୍ଲା ବୋଡ଼େନ ବ୍ଲକରେ ଜିଲ୍ଲାପାଳଙ୍କ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି l ଏହି ଶିବିରରେ ଜିଲ୍ଲାପାଳ ମଧୁସୂଦନ ଦାଶଙ୍କ ସହ ଖଡ଼ିଆଳ ବନଖଣ୍ଡ ଅଧିକାରୀ ଅଜିଜ ଖାନ, ଖଡ଼ିଆଳ କେନ୍ଦୁପତ୍ର ବନଖଣ୍ଡ ଅଧିକାରୀ କେ ମାଧବୀଲତା, ଆଇଏଫଏସ୍ ପ୍ରୋବେଶନର ଅର୍ଣ୍ଣବ ସାମନ୍ତରାୟ, ଜିଲ୍ଲା ମୁଖ୍ୟ ଉନ୍ନୟନ ଅଧିକାରୀ ଲମ୍ବୋଦର ଧରୁଆ, ଉପ ଜିଲ୍ଲାପାଳ ସୁର୍ମି ସୋରେନ୍, ଜିଲ୍ଲା ମୁଖ୍ୟ ଚିକତ୍ସାଧିକାରୀ ଡଃ ଧନେଶ୍ୱର ସେଠୀ, ବୋଡ଼େନ ପଂଚାୟତ ସମିତି ଅଧ୍ୟକ୍ଷା ପ୍ରେମଶିଳା ନାଗ ପ୍ରମୁଖ ଉପସ୍ଥିତ ଥିଲେ । ଆଜିର ଶିବିରରେ ୪୦ ଗୋଟି ବ୍ୟକ୍ତିଗତ ଓ ୨୨ଟି ଗୋଷ୍ଠିଗତ ଏଭଳି ମୋଟ୍ ୬୨ ଗୋଟି ଅଭିଯୋଗର ଶୁଣାଣି ଜିଲ୍ଲାପାଳ କରିଥିଲେ । ଏହି ସବୁ ଅଭିଯୋଗ ଉପରେ ତୁରନ୍ତ ପଦକ୍ଷେପ ନେବା ପାଇଁ ସଂପୃକ୍ତ ଜିଲ୍ଲାସ୍ତରୀୟ ଅଧିକାରୀ ମାନଙ୍କୁ ସେ ନିର୍ଦ୍ଦେଶ ଦେଇଥିଲେ। ସେହିପରି, ଖଇରଭାଡି ଗ୍ରାମର ହିରେନ୍ଦ୍ରି ବାଗ ଓ ବିନାପୁର ଗ୍ରାମର ଶ୍ୟାମବନ୍ଧୁ ପାଣିଗ୍ରାହୀଙ୍କୁ ରେଡକ୍ରସ୍ ପାଣ୍ଠିରୁ ୧୦ ହଜାର ଟଙ୍କା ଲେଖାଏଁ ପ୍ରଦାନ କରାଯାଇଥିଲା। ବୋଡ଼େନ ତହସିଲଦାର ସରିତା ଗୁପ୍ତା, ଡେପୁଟୀ କଲେକ୍ଟର ଚିନ୍ମୟ ସାଗର ପ୍ରମୁଖ ଶିବିର ପରିଚାଳନାରେ ସହଯୋଗ କରିଥିଲେ। ସଭାରେ ସମସ୍ତ ଜିଲ୍ଲା ସ୍ତରୀୟ ଅଧିକାରୀ, ବିଭିନ୍ନ ବିଭାଗର ଯନ୍ତ୍ରୀ, ଲାଇନ୍ ବିଭାଗ ଅଧିକାରୀ ଓ ବ୍ଲକ ସ୍ତରୀୟ ଅଧିକାରୀ ଏବଂ କର୍ମଚାରୀ ଉପସ୍ଥିତ ଥିଲେ । ଏହି ଅଭିଯୋଗ ଶୁଣାଣୀ ଶିବିର ଉପଲକ୍ଷେ ବ୍ଲକ୍ ପରିସରରେ ଗୋଟିଏ ବରିଷ୍ଠ ନାଗରିକଙ୍କ ପାଇଁ ଏକ ସ୍ଵାସ୍ଥ୍ୟ ଶିବିର ତଥା ଆୟୁଷ୍ମାନ ଆରୋଗ୍ୟ ଶିବିର ଆୟୋଜନ କରାଯାଇଥିଲା।

ଏହି ଅବସରରେ ରୋକାଲ ଗ୍ରାମ ପଞ୍ଚାୟତରେ ପ୍ରବାସୀ ଶ୍ରମିକ ସଚେତନତା ଶିବିର, ଝିଅ ପାଇଁ ଗଛଟିଏ, ଗର୍ଭସ୍ଥ ଶିଶୁ ପାଇଁ ଦିନଟିଏ, ପ୍ରାଣୀ ପାଇଁ ଦିନଟିଏ ଓ ପ୍ଲାଷ୍ଟିକ ମୁକ୍ତ ଅଭିଯାନ ଉପରେ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା । ଗୃହପାଳିତ ପଶୁ ପକ୍ଷୀ ମାନଙ୍କ ପାଇଁ ପ୍ରାଣୀ ସମ୍ପଦ ବିଭାଗ ତରଫରୁ ପ୍ରାଣୀ ପାଇଁ ଦିନଟିଏ ନାମରେ ଗୋଟିଏ ଚିକିତ୍ସା ଶିବିର ମଧ୍ୟ ଆୟୋଜିତ ହୋଇଥିଲା l

ହିନ୍ଦୁସ୍ଥାନ ସମାଚାର / ହେମନ୍ତ


 rajesh pande