ବଙ୍ଗୋମୁଣ୍ଡା ପଞ୍ଚାୟତ ସମିତି ବୈଠକ ଗୃହରେ ବଲାଙ୍ଗିର ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଅନଷ୍ଠିତ
ବଲାଙ୍ଗିର, 23 ମାର୍ଚ୍ଚ (ହି.ସ.) ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଆଜି ବଙ୍ଗୋମୁଣ୍ଡା ପଞ୍ଚାୟତ ସମିତି ବୈଠକ ଗୃହରେ ଅନୁଷ୍ଠିତ ହୋଇଛି । ଏହି ଶୁଣାଣିରେ ଅତିରିକ୍ତ ଜିଲ୍ଲାପାଳ ପବିତ୍ର ବେହେରା ବ୍ଲକର ବିଭିନ୍ନ ଅଞ୍ଚଳରୁ ଆସିଥିବା ଲୋକଙ୍କ ସମସ୍ୟା ଓ ଅଭିଯୋଗ ଶୁଣିଥିଲେ ।
ବଙ୍ଗୋମୁଣ୍ଡା ପଞ୍ଚାୟତ ସମିତି ବୈଠକ ଗୃହରେ ବଲାଙ୍ଗିର ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି  ଅନଷ୍ଠିତ

ବଙ୍ଗୋମୁଣ୍ଡା ପଞ୍ଚାୟତ ସମିତି ବୈଠକ ଗୃହରେ ବଲାଙ୍ଗିର ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି  ଅନଷ୍ଠିତ

ବଙ୍ଗୋମୁଣ୍ଡା ପଞ୍ଚାୟତ ସମିତି ବୈଠକ ଗୃହରେ ବଲାଙ୍ଗିର ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି  ଅନଷ୍ଠିତ

ବଲାଙ୍ଗିର, 23 ମାର୍ଚ୍ଚ (ହି.ସ.)

ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଆଜି ବଙ୍ଗୋମୁଣ୍ଡା ପଞ୍ଚାୟତ ସମିତି ବୈଠକ ଗୃହରେ ଅନୁଷ୍ଠିତ ହୋଇଛି । ଏହି ଶୁଣାଣିରେ ଅତିରିକ୍ତ ଜିଲ୍ଲାପାଳ ପବିତ୍ର ବେହେରା ବ୍ଲକର ବିଭିନ୍ନ ଅଞ୍ଚଳରୁ ଆସିଥିବା ଲୋକଙ୍କ ସମସ୍ୟା ଓ ଅଭିଯୋଗ ଶୁଣିଥିଲେ । ଶୁଣାଣିରେ ମୋଟ ୬୨ଟି ଅଭିଯୋଗ ପତ୍ର ପଞ୍ଜୀକୃତ ହୋଇଥିଲା । ସେଥିରୁ ୪୮ଟି ବ୍ୟକ୍ତିଗତ ଓ ୧୪ଟି ସାମୁହିକ ଅଭିଯୋଗ ଗ୍ରହଣ କରାଯାଇଥିଲା । ତା’ମଧ୍ୟରୁ ୭ଟି ଅଭିଯୋଗର ତୁରନ୍ତ ସମାଧାନ କରାଯାଇଛି । ଅତିରିକ୍ତ ଜିଲ୍ଲାପାଳ ସମସ୍ତ ବିଭାଗୀୟ ଅଧିକାରୀଙ୍କୁ ଦାଖଲ ହୋଇଥିବା ଅଭିଯୋଗଗୁଡ଼ିକୁ ଯଥାଶୀଘ୍ର ସମାଧାନ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି । ଏହି ଅଭିଯୋଗ ଶୁଣାଣିରେ ଜିଲ୍ଲା ପରିଷଦର ମୁଖ୍ୟ ଉନ୍ନୟନ ଅଧିକାରୀ ଓ କାର୍ଯ୍ୟନିର୍ବାହୀ ଅଧିକାରୀ ତରଣୀ ସୁନା, ଟିଟିଲାଗଡ ଉପଜିଲ୍ଲାପାଳ ପଦ୍ମନାଭ ସାମନ୍ତରାୟ, କଣ୍ଟାବାଞ୍ଜି ଉପଖଣ୍ଡ ଆରକ୍ଷୀ ଅଧିକ୍ଷକ ଲକ୍ଷ୍ମୀ ନାରାୟଣ ମାରାଣ୍ଡି, ବଙ୍ଗୋମୁଣ୍ଡା ଗୋଷ୍ଠୀ ଉନ୍ନୟନ ଅଧିକାରୀ ନିତୁଶ୍ରୀ ମେହେର ସହିତ ସମସ୍ତ ଜିଲ୍ଲାସ୍ତରୀୟ ଓ ବ୍ଲକସ୍ତରୀୟ ଅଧିକାରୀମାନେ ଉପସ୍ଥିତ ଥିଲେ ।

---------------

ହିନ୍ଦୁସ୍ଥାନ ସମାଚାର / ଗୋପବନ୍ଧୁ

 rajesh pande