

ଭୁବନେଶ୍ୱର, ୨୩ ମାର୍ଚ୍ଚ (ହି.ସ.)- ମାର୍ଚ୍ଚ ୨୭ ତାରିଖ ସକାଳ ଠାରୁ ୨୯ ତାରିଖ ସକାଳ ସୁଦ୍ଧା ଝଡ଼, ବଜ୍ରପାତ ଏବଂ ପବନର ସମ୍ଭାବନା ନେଇ ରାଜ୍ୟର କେତେକ ଜିଲ୍ଲାକୁ ଚେତାବନୀ ଜାରି କରିଛି ପାଣିପାଗ ବିଭାଗ ।
ମାର୍ଚ୍ଚ ୨୭ ତାରିଖ ସକାଳ ଠାରୁ ୨୮ ତାରିଖ ସକାଳ ସୁଦ୍ଧା ଝଡ଼, ବଜ୍ରପାତ ଏବଂ ପବନର ସମ୍ଭାବନା ନେଇ ୧୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ସେହି ଜିଲ୍ଲା ଗୁଡିକ ହେଲା ବରଗଡ଼, ଝାରସୁଗୁଡ଼ା, ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, କଟକ, କେନ୍ଦ୍ରାପଡ଼ା, ଜଗତସିଂହପୁର, କନ୍ଧମାଳ, ରାୟଗଡ଼ା, ଗଞ୍ଜାମ, ଗଜପତି । ଏସବୁ ଜିଲ୍ଲାରେ ପବନର ବେଗ ଘଂଟା ପ୍ରତି ୪୦ରୁ ୫୦ କି.ମି. ରହିପାରେ ।
ସେହିପରି ୨୮ ତାରିଖ ସକାଳ ଠାରୁ ୨୯ ତାରିଖ ସକାଳ ସୁଦ୍ଧା ଝଡ଼, ବଜ୍ରପାତ ଏବଂ ପବନର ସମ୍ଭାବନା ନେଇ ୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ସେହି ଜିଲ୍ଲା ଗୁଡିକ ହେଲା କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଗଞ୍ଜାମ, ଗଜପତି । ଏସବୁ ଜିଲ୍ଲାରେ ପବନର ବେଗ ଘଂଟା ପ୍ରତି ୪୦ରୁ ୫୦ କି.ମି. ରହିପାରେ ।
ତେବେ ୨୩ ତାରିଖ ସକାଳ ଠାରୁ ୨୭ ତାରିଖ ସକାଳ ଏବଂ ୨୯ ତାରିଖ ସକାଳ ଠାରୁ ୩୦ ତାରିଖ ସକାଳ ପର୍ଯ୍ୟନ୍ତ କୌଣସି ଚେତାବନୀ ନାହିଁ । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୋମବାର ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।
ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ