ଶ୍ରୀ ଗଣେଶ ସରକାରୀ ଉଚ୍ଚ ବିଦ୍ୟାଳୟରେ ବିଶ୍ୱ ଜଳ ଦିବସ ପାଳିତ
ସମ୍ବଲପୁର,୨୩ ମାର୍ଚ୍ଚ(ହି.ସ.) – ସ୍ଥାନୀୟ ଧନୁପାଲିସ୍ଥିତ ଶ୍ରୀ ଗଣେଶ ସରକାରୀ ଉଚ୍ଚ ବିଦ୍ୟାଳୟ ପରିସରରେ ‘ବିଶ୍ୱ ଜଳ ଦିବସ'' ପାଳିତ ହୋଇଯାଇଛି । ପ୍ରଧାନ ଶିକ୍ଷୟିତ୍ରୀ ମଧୁସ୍ମିତା ମହାପାତ୍ର ସଭାପତିତ୍ୱ କରିଥିଲେ। ଜଳର ଗୁରୁତ୍ୱ ଏବଂ ଏହାର ସଂରକ୍ଷଣ ସମ୍ପର୍କରେ ଛାତ୍ରଛାତ୍ରୀଙ୍କ ମଧ୍ୟରେ ସଚେତନତା
ଶ୍ରୀ ଗଣେଶ ସରକାରୀ ଉଚ୍ଚ ବିଦ୍ୟାଳୟରେ 'ବିଶ୍ବ ଜଳ ଦିବସ' ପାଳିତ


ସମ୍ବଲପୁର,୨୩ ମାର୍ଚ୍ଚ(ହି.ସ.) – ସ୍ଥାନୀୟ ଧନୁପାଲିସ୍ଥିତ ଶ୍ରୀ ଗଣେଶ ସରକାରୀ ଉଚ୍ଚ ବିଦ୍ୟାଳୟ ପରିସରରେ ‘ବିଶ୍ୱ ଜଳ ଦିବସ' ପାଳିତ ହୋଇଯାଇଛି । ପ୍ରଧାନ ଶିକ୍ଷୟିତ୍ରୀ ମଧୁସ୍ମିତା ମହାପାତ୍ର ସଭାପତିତ୍ୱ କରିଥିଲେ। ଜଳର ଗୁରୁତ୍ୱ ଏବଂ ଏହାର ସଂରକ୍ଷଣ ସମ୍ପର୍କରେ ଛାତ୍ରଛାତ୍ରୀଙ୍କ ମଧ୍ୟରେ ସଚେତନତା ସୃଷ୍ଟି କରିବା ଏହି କାର୍ଯ୍ୟକ୍ରମର ମୂଳ ଲକ୍ଷ୍ୟ ଥିଲା। ଅବସରପ୍ରାପ୍ତ ଏସବିଆଇ ବ୍ୟାଙ୍କ ମ୍ୟାନେଜର୍ ପ୍ରଦୀପ ପଣ୍ଡା ମୁଖ୍ୟ ଅତିଥି ଭାବେ ଯୋଗଦେଇ କହିଥିଲେ ଯେ, ଜଳ ହିଁ ଜୀବନ, ଏହାର ସୁବିନିଯୋଗ ହିଁ ଆମର ଆଗାମୀ ପିଢ଼ି ପାଇଁ ସୁରକ୍ଷିତ ଭବିଷ୍ୟତ ନିଶ୍ଚିତ କରିବା ଉଚିତ୍। ଏହି ଦିବସ ଉପଲକ୍ଷେ ବିଦ୍ୟାଳୟର ଛାତ୍ରଛାତ୍ରୀଙ୍କ ମଧ୍ୟରେ ତର୍କ ଏବଂ ସାଧାରଣ ଜ୍ଞାନ ପ୍ରତିଯୋଗିତା ଆୟୋଜିତ ହୋଇଥିଲା। ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀମାନଙ୍କୁ ଅତିଥିଙ୍କ ଦ୍ୱାରା ପୁରସ୍କାର ପ୍ରଦାନ କରାଯାଇଥିଲା। ଶିକ୍ଷୟିତ୍ରୀ ଯାଜ୍ଞସେନୀ ମେହେର ସଭା ପରିଚାଳନା କରିଥିଲେ। ଏହି କାର୍ଯ୍ୟକ୍ରମକୁ ସଫଳ କରିବାରେ ବିଦ୍ୟାଳୟର ସମସ୍ତ ଶିକ୍ଷକ, ଶିକ୍ଷୟିତ୍ରୀ ଓ କର୍ମଚାରୀମାନେ ସହଯୋଗ କରିଥିଲେ।

.......................................

ହିନ୍ଦୁସ୍ଥାନ ସମାଚାର / ଶୈଳେଶ


 rajesh pande