ସ୍ପାନିସ ପାରା ବ୍ୟାଡମିଣ୍ଟନ ଇଣ୍ଟରନ୍ୟାସନାଲ ୨୦୨୬ରେ ଦୁଇଟି ସ୍ୱର୍ଣ୍ଣ ଓ ଗୋଟିଏ ରୌପ୍ୟ ପଦକ ଜିତିଥିବା ପ୍ରମୋଦ ଭଗତଙ୍କୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର, 23 ମାର୍ଚ୍ଚ (ହି.ସ.)- ସ୍ପାନିସ ପାରା ବ୍ୟାଡମିଣ୍ଟନ ଇଣ୍ଟରନ୍ୟାସନାଲ ୨୦୨୬ରେ ଦୁଇଟି ସ୍ୱର୍ଣ୍ଣ ଓ ଗୋଟିଏ ରୌପ୍ୟ ପଦକ ଜିତିଥିବା ପ୍ରମୋଦ ଭଗତଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଏନେଇ ସୋସିଆଲ ମିଡିଆ ଏକ୍ସରେ ମୁଖ୍ୟମନ୍ତ୍ରୀ
ପ୍ରମୋଦ


ଭୁବନେଶ୍ୱର, 23 ମାର୍ଚ୍ଚ (ହି.ସ.)- ସ୍ପାନିସ ପାରା ବ୍ୟାଡମିଣ୍ଟନ ଇଣ୍ଟରନ୍ୟାସନାଲ

୨୦୨୬ରେ ଦୁଇଟି ସ୍ୱର୍ଣ୍ଣ ଓ ଗୋଟିଏ ରୌପ୍ୟ ପଦକ ଜିତିଥିବା ପ୍ରମୋଦ ଭଗତଙ୍କୁ ଶୁଭେଚ୍ଛା

ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଏନେଇ ସୋସିଆଲ ମିଡିଆ ଏକ୍ସରେ ମୁଖ୍ୟମନ୍ତ୍ରୀ

କହିଛନ୍ତି ଯେ, ସ୍ପାନିସ ପାରା ବ୍ୟାଡମିଣ୍ଟନ ଇଣ୍ଟରନ୍ୟାସନାଲ ୨୦୨୬ରେ ଦୁଇଟି ସ୍ୱର୍ଣ୍ଣ ଓ

ଗୋଟିଏ ରୌପ୍ୟ ପଦକ ଜିତି ଦେଶ ଓ ରାଜ୍ୟ ପାଇଁ ଗୌରବ ଆଣିଥିବା ଓଡ଼ିଆ କ୍ରୀଡ଼ାବିତ ପ୍ରମୋଦ

ଭଗତଙ୍କୁ ମୋର ଅଶେଷ ଶୁଭେଚ୍ଛା ଓ ଅଭିନନ୍ଦନ।

ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ତାଙ୍କର ଅଦମ୍ୟ ସାହସ, ନିଷ୍ଠା ଓ ଉତ୍କର୍ଷତା

ଆଜି ସମଗ୍ର ଦେଶ ପାଇଁ ପ୍ରେରଣାର ଉତ୍ସ ସାଜିଛି। କଠିନ ପରିଶ୍ରମ ବଳରେ ସେ ବିଶ୍ୱ ଦରବାରରେ

ଓଡ଼ିଶାର ପରିଚୟକୁ ଆହୁରି ସମୃଦ୍ଧ କରିଛନ୍ତି। ଆଗାମୀ ଦିନରେ ସେ ଏହିଭଳି ସଫଳତା ଜାରି ରଖି

ଭାରତ ପାଇଁ ଅଧିକ ସୁନାମ ଆଣନ୍ତୁ। ତାଙ୍କର ଉଜ୍ଜ୍ୱଳ ଭବିଷ୍ୟତ ପାଇଁ ଅଶେଷ ଶୁଭକାମନା।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande