
ପୁରୀ,୨୩ ମାର୍ଚ୍ଚ(ହି.ସ.) – ପୁରୀ ଜିଲ୍ଲାସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର ଆଜି ଡେଲାଙ୍ଗ ବ୍ଲକ ସମ୍ମିଳନୀ ଗୃହରେ ଅନୁଷ୍ଠିତ ହୋଇଥିଲା। ଅତିରିକ୍ତ ଜିଲ୍ଲାପାଳ ପ୍ରଶାସନ ଶରତ ଚନ୍ଦ୍ର ବେହେରା ଏଥିରେ ଅଧ୍ୟକ୍ଷତା କରିଥିଲେ। ଏଥିରେ ମୋଟ ୧୧୮ ଗୋଟି ଅଭିଯୋଗ ମିଳିଥିଲା। ସେଥିରୁ ୯୫ ଗୋଟି ବ୍ୟକ୍ତିଗତ, ୨୨ ଗୋଟି ଗ୍ରାମ ସମ୍ବନ୍ଧୀୟ ଓ ୧ ଗୋଟି ମୁଖ୍ୟମନ୍ତ୍ରୀ ରିଲିଫ ଫଣ୍ଡରୁ ସହାୟତା ସମ୍ପର୍କରେ ରହିଥିଲା। ତତକ୍ଷଣାତ ୧୨ ଗୋଟି ଅଭିଯୋଗ ର ସମାଧାନ କରାଯାଇଥିଲା। ଅନ୍ୟ ଅଭିଯୋଗ ଗୁଡିକ ର ଆଇନ ଅନୁସାରେ ସମାଧାନ ପାଇଁ ସମ୍ପୃକ୍ତ ବିଭାଗମାନଙ୍କୁ ପ୍ରେରଣ କରାଯାଇଥିଲା।ଏହି ଶୁଣାଣୀ ରେ ଉପ ଜିଲ୍ଲାପାଳ ରାଜ କିଶୋର ଜେନା, ଅତିରିକ୍ତ ଏସପି ସଚିନ ପଟେଲ, ଏଡିଏମ୍ଓ ଡା ଲଲାଟେନ୍ଦୁ ମିଶ୍ର,ଜିଲ୍ଲା ପରିଷଦର ଅତିରିକ୍ତ ଉନ୍ନୟନ ଅଧିକାରୀ ରାଜୀବ କୁମାର ବେହେରା, ଏସଡିପିଓ ଦେବାଶିଷ ମିଶ୍ର, ଡେଲାଙ୍ଗ ବିଡ଼ିଓ ସମୀର ବେହେରା, ତହସିଲଦାର ଦେବୀ ପ୍ରସାଦ ଆଚାର୍ଯ୍ୟ, ଅଭିଯୋଗ ଶୁଣାଣୀ ଅଧିକାରୀ ବିବେକାନନ୍ଦ ସାହୁ ଓ ଅନ୍ୟ ଜିଲ୍ଲା ସ୍ତରୀୟ ଅଧିକାରୀମାନେ ଯୋଗ ଦେଇଥିଲେ। ଆସନ୍ତା ୩୦ ତାରିଖରେ ଗୋପ ବ୍ଲକ ସମ୍ମିଳନୀ ଗୃହରେ ଦିବା ୧୦ ଘଟିକାରେ ଯୁଗ୍ମ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ ହେବ ବୋଲି ଜଣାଯାଇଛି।
.......................................
ହିନ୍ଦୁସ୍ଥାନ ସମାଚାର / ବିଜୟ