
ଭୁବନେଶ୍ୱର, ୨୪ ମାର୍ଚ୍ଚ (ହି.ସ.)- ଗତ ୨୪ ଘଂଟା ମଧ୍ୟରେ ରାଜ୍ୟର କେତେକ ସ୍ଥାନରେ ହାଲୁକା ବର୍ଷା ହୋଇଛି । ଗଜପତି ଜିଲ୍ଲାର ପାରଳାଖେମୁଣ୍ଡିରେ ସର୍ବାଧିକ ୧୬.୦ ମି.ମି. ବର୍ଷା ରେକର୍ଡ଼ ହୋଇଛି ।
ସେହିପରି କେନ୍ଦ୍ରାପଡ଼ା ଜିଲ୍ଲାର ରାଜନଗରରେ ୧୫.୦ ମି.ମି. ଏବଂ ଗଜପତି ଜିଲ୍ଲାର ଗୋସାଣିରେ ୧.୦ ମି.ମି. ବର୍ଷା ରେକର୍ଡ଼ ହୋଇଛି । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ମଙ୍ଗଳବାର ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।
ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ