
ଭୁବନେଶ୍ୱର, ୨୪ ମାର୍ଚ୍ଚ (ହି.ସ.)- ମଙ୍ଗଳବାର ଭୋର୍ ସମୟରେ ରାଜ୍ୟର ଦୁଇଟି ସ୍ଥାନରେ ହାଲୁକା କୁହୁଡ଼ି ଦୃଶ୍ୟମାନ ହୋଇଛି ।
ଆଜି ଭୋର୍ ସମୟରେ କେନ୍ଦୁଝର ଓ ଚାନ୍ଦବାଲିରେ ହାଲୁକା କୁହୁଡ଼ି ଦେଖିବାକୁ ମିଳିଛି । ଯାହାର ଦୃଶ୍ୟମାନ ଦୂରତା ୫୦୦ ମିଟରରୁ ୧୦୦୦ ମିଟର ମଧ୍ୟରେ ରହିଛି । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।
ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ