
ଭୁବନେଶ୍ଵର, ୨୭ ମାର୍ଚ୍ଚ (ହି.ସ.)- ଗତ ୨୪ ଘଂଟା ମଧ୍ୟରେ ରାଜ୍ୟର କେତେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇଛି । ଖୋର୍ଦ୍ଧା ଜିଲ୍ଲାର ଭୁବନେଶ୍ୱରରେ ସର୍ବାଧିକ ୧୯.୭ ମି.ମି. ବର୍ଷା ରେକର୍ଡ଼ ହୋଇଛି ।
ସେହିପରି କେନ୍ଦୁଝର ଜିଲ୍ଲାର ହରିଚନ୍ଦନପୁରରେ ୧୯.୨ ମି.ମି., ଯାଜପୁର ଜିଲ୍ଲାର ସୁକିନ୍ଦାରେ ୧୬.୦ ମି.ମି., ଜଗତସିଂହପୁର ଜିଲ୍ଲାର ବିରିଡ଼ିରେ ୧୫.୦ ମି.ମି., ରଘୁନାଥପୁରରେ ୧୧.୦ ମି.ମି., କେନ୍ଦୁଝର ଜିଲ୍ଲାର ଘଟଗାଁରେ ୮.୬ ମି.ମି., କନ୍ଧମାଳ ଜିଲ୍ଲାର ଚକାପାଦରେ ୬.୮ ମି.ମି., ଜଗତସିଂହପୁର ଜିଲ୍ଲାର ଜଗତସିଂହପୁରରେ ୩,୪ ମି.ମି., ନବରଙ୍ଗପୁର ଜିଲ୍ଲାର ତେନ୍ତୁଳିଖୁଂଟିରେ ୩.୦ ମି.ମି., ଗଞ୍ଜାମ ଜିଲ୍ଲାର ଜଗନ୍ନାଥ ପ୍ରସାଦରେ ୨.୦ ମି.ମି., ପୁରୀ ଜିଲ୍ଲାର ନିମାପଡାରେ ୧.୬ ମି.ମି., ଯାଜପୁର ଜିଲ୍ଲାର ଜେନାପୁରରେ ୧.୦ ମି.ମି. ଏବଂ ଦାନଗଦିରେ ୧.୦ ମି.ମି. ବର୍ଷା ରେକର୍ଡ଼ ହୋଇଛି । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଶୁକ୍ରବାର ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।
ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ